ଧର୍ମଗଡ଼: କଳାହାଣ୍ଡିଜିଲ୍ଲା ପୁଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ଧର୍ମଗଡ଼ ଥାନା ପୁଲିସ ଏକ ବଡ଼ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡ଼ି ଏବଂ ମାରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତମାନେ ହେଲେ, ଝାଡ଼ଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ, ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ, ବାସୁଦେବ ଗୋପେ, ପିଣ୍ଟୁ ଆଲିମ୍ଅ ଏବଂ ନୁଜ କୁମାର।
ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ସଂଘଟିତ ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ ୮ ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ। ସେଠାରେ ବନ୍ଧୁକ ଏବଂ ମାରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ। ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପି ଅଭିଳାଷ ଜିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା। ଡକାୟତି କରିବା ପରେ ଅଭିଯୁକ୍ତମାନେ ଜେଏଚ୍୧୦ଏପି୪୮୧୭ ନମ୍ବର ବିଶିଷ୍ଟ ବୋଲେରୋ ଯୋଗେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡ଼ିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା।

ପୁଲିସ ତଦନ୍ତ ବେଳେ ଧର୍ମଗଡ଼ ଥାନା ଅଧିକାରୀ ଦାମୋଦର ବିହାରୀ ଓ ସବ ଇନ୍ସପେକ୍ଟର ସନ୍ତୋଷ ସେଠୀଙ୍କ ନେତୃତ୍ୱରେ ଧର୍ମଗଡ଼ ପୁଲିସ ଟିମ ଦୁଇ ଅଭିଯୁକ୍ତ ସିରାଜ ଅନସାରୀ ଏବଂ କାମେଶ୍ୱର ଯାଦବକୁ ଗୋଡେଇ ଗୋଡେଇ ନିଜ ଜୀବନକୁ ବାଜି ଲଗାଇ ସଂଗେ ସଙ୍ଗେ ଗିରଫ କରିଥିଲା। ଅନ୍ୟ ଅଭିଯୁକ୍ତମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୁଲିସ ସୂଚନା ପାଇଥିଲା। ବର୍ତ୍ତମାନ ସୁଦ୍ଧା ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ମିଳିଛି।
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ପୁଲିସର ତ୍ୱରିତ୍ଵ କାର୍ଯ୍ୟାନୁଷ୍ଠାନ ଏବଂ ସଫଳତା ନିମନ୍ତେ କଳାହାଣ୍ଡି ଏସପି ଏବଂ ତାଙ୍କ ଟିମକୁ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି। ମାତ୍ର କିଛି ଘଣ୍ଟା ପରେ ସ୍ଥାନୀୟ ପୁଲିସ ଡକାୟତ ଦଳ ସହିତ ଲୁଟ୍ ହୋଇଥିବା ଟଙ୍କା ଉଦ୍ଧାର କରିଥିବାରୁ ସ୍ଥାନୀୟ ଅଞ୍ଚଳରେ ପୁଲିସର କାର୍ଯ୍ୟଦକ୍ଷତାକୁ ସାବାସୀ ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/02/01/iCiqxPjePQdG8QGbKqke.jpg)