ବସ୍ତା: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ କୁଣ୍ଡୁପୁର୍ ନିକଟରେ ଘନ କୁହୁଡ଼ି କାରଣରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଲେଶ୍ଵରରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ କାର ସାମ୍ନାପଟୁ ଏକ କଣ୍ଟେନରକୁ ଧକ୍କା ଦେବା ଫଳରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଛି।
ସୂଚନା ଅନୁସାରେ, ପଶ୍ଚିମବଙ୍ଗ ଅଞ୍ଚଳର ଶୁଭମ୍ ମିଶ୍ର ଓ ଆଜରୁଲ ଖାଁ ନାମକ ଦୁଇ ବନ୍ଧୁ କୌଣସି କାର୍ଯ୍ୟ ସାରି ବାଲେଶ୍ଵରରୁ ବିଳମ୍ବିତ ରାତ୍ରରେ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନତା କମ୍ ଥିବାରୁ କାରଟି କଣ୍ଟେନରକୁ ଧକ୍କା ଦେଇଥିବା ଜଣାପଡ଼ିଛି।
ଆହୁରି ପଢ଼ନ୍ତୁ: Dead Body Father Rescued ସକାଳେ ମିଳିଲା ବାପାଙ୍କ ମୃତଦେହ, କେମିତି ଚଳିବେ ଅନାଥ ପାଞ୍ଚ ଝିଅ
ଦୁର୍ଘଟଣା ପରେ, କଣ୍ଟେନରଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ କାରରେ ଥିବା ଦୁଇଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକମାନଙ୍କ ସହଯୋଗରେ ଜାତୀୟ ରାଜପଥ ପ୍ରହରା ପୁଲିସ ଓ ବସ୍ତା ପୁଲିସ ଆହତ ଦୁଇଜଣଙ୍କୁ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଛନ୍ତି।
ଆହୁରି ପଢ଼ନ୍ତୁ:Obscene Dancing In Opera: ଅପେରାର ଅଶ୍ଳୀଳ ନୃତ୍ୟ ଭିଡିଓ ଭାଇରାଲ, ସାଧାରଣରେ ନିନ୍ଦା
ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଦୁଇ ଗୁରୁତର ସ୍ଥାନାନ୍ତର
ଡାକ୍ତରଖାନାରେ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ କାରକୁ ଜବତ କରିଥିବା ବେଳେ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/12/29/untitled-2025-12-29-10-12-46.png)