accident at marlaba ghati, Photograph: (sambad.in)
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରାୟଗଡ଼ ଥାନା ଅଧୀନ ମାର୍ଲବା ଘାଟିରେ ଏକ ହିଟାଚି ବୋଟେଇ ଟ୍ରକ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି l ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତରଙ୍କୁ ଖଜୁରୀପଦା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି l
ଦୁଇ ଗୁରୁତର ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର
ସୂଚନା ପ୍ରକାରେ, ମଙ୍ଗଳବାର ସନ୍ଧ୍ୟାରେ ଆର. ଉଦୟଗିରି ପଟରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ହିଟାଚି ବୋଝେଇ ଟ୍ରକ ମାର୍ଲବା ଘାଟିର ଦୁର୍ଘଟଣା ପ୍ରବଣ ଅଞ୍ଚଳ ପାହାଡ଼କୁ ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା l ଫଳରେ ଟ୍ରକ୍ ଉପରେ ବୋଝେଇ ହୋଇଥିବା ହିଟାଚି ଡ୍ରାଇଭର କ୍ୟାବିନ ଉପରକୁ ମାଡ଼ିଯାଇ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା l ଟ୍ରକରେ ବସିଥିବା ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିବାରୁ ସେମାନଙ୍କୁ ନିକଟସ୍ଥ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା l ଘଟଣାସ୍ଥଳରେ ରାୟଗଡ଼ ପୁଲିସ, ରାୟଗଡ଼ ଓ ଆର. ଉଦୟଗିରି ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେl
ଆହୁରି ପଢ଼ନ୍ତୁ: Bihar Exit Poll: ବିହାରରେ ପୁଣି ଏନଡିଏ ସରକାର! ସାମ୍ନାକୁ ଆସିଲା ବୁଥ ବାହୁଡା ମତ
Follow Us