କଲେଜ୍‌ ଛାତ୍ରୀ ଦେହରେ ନିଆଁ ଲଗାଇବା ମାମଲା: ଅଭିଯୁକ୍ତ ଅଧ୍ୟାପକ ଅଟକ

ଫକୀର ମୋହନ ମହାବିଦ୍ୟାଳୟ ପରିସରରେ ନିଜ ଦେହରେ ନିଆଁ ଲଗାଇ ଗୁରୁତର ହୋଇଥିବା ଛାତ୍ରୀଙ୍କୁ ଆଜି ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଛି। ଅଭି‌ଯୁକ୍ତ ଅଧ୍ୟାପକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।

ଅଦ୍ୟତନ ହୋଇଛି
New Project (8)

ଭୁବନେଶ୍ବର/ବାଲେଶ୍ୱର: ଫକୀର ମୋହନ ମହାବିଦ୍ୟାଳୟ ପରିସରରେ ନିଜ ଦେହରେ ନିଆଁ ଲଗାଇ ଗୁରୁତର ହୋଇଥିବା ଛାତ୍ରୀଙ୍କୁ ଆଜି ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ସଂପୃକ୍ତ ଛାତ୍ରୀଙ୍କ ଚିକିତ୍ସା ଆରମ୍ଭ ହୋଇଯାଇଥିବା ବେଳେ ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ପୁଲିସ ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁଙ୍କୁ ଅକଟ ରଖିଛନ୍ତି। ଅନ୍ୟପଟରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି ହୋଇଛି। 

ଛାତ୍ରୀ ଜଣକ ନିଜ ଦେହରେ ନିଆଁ ଲଗାଇ ଗୁରୁତର ହେଲା ପରେ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁଙ୍କୁ ଥାନାକୁ ନେଇ ପଚରାଉଚୁରା କରୁଛି।

ଏହି ଘଟଣା ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଏବିଭିପି ରାଜ୍ୟ ସମ୍ପାଦିକା ଦୀପ୍ତିମୟୀ ପ୍ରତିହାରୀ କହିଛନ୍ତି, ମାନସିକ ନିର୍ଯ୍ୟାତନା ଦେଉଥିବା ଅଧ୍ୟାପକଙ୍କୁ କଠୋର ଦଣ୍ଡ ଦିଆଯାଉ। ପୂର୍ବରୁ ଛାତ୍ରୀ ଜଣକ ଲିଖିତ ଅଭିଯୋଗ କରି ଆସୁଥିଲେ। କିନ୍ତୁ କେହି ଏ ସଂକ୍ରାନ୍ତରେ ପଦକ୍ଷେପ ନେଲେ ନାହିଁ। ୩ଜଣିଆ କମିଟି ଗଠନ ହୋଇଥିଲା। ତାର ରିପୋର୍ଟ କୁଆଡ଼େ ଗଲା? ବର୍ତ୍ତମାନ ଝିଅଟିର ଜୀବନ ବାଜିରେ ଲାଗିଛି। ତେଣୁ କେବଳ ଗିରଫ ହୋଇଗଲେ ଚଳିବ ନାହିଁ।ବରଂ କଠୋର ଦଣ୍ଡ ହେବା ଆବଶ୍ୟକ। ଏହି ମାମଲାରେ ଶିକ୍ଷାମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ। ନଚେତ ଆଗାମୀ ଦିନରେ ଏଥିପାଇଁ ସେମାନେ ଦାୟୀ ରହିବେ। 

ସୂଚନାଯୋଗ୍ୟ, ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି ମାମଲାର କୌଣସି ଦୃଷ୍ଟାନ୍ତମୂଳକ ସମାଧାନ ପାଇଁ ମଧ୍ୟ ଉଦ୍ୟମ କରାଯାଇନଥିଲା। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଆଜି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ।

ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ। 

କଲେଜ ଅଧ୍ୟାପକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସେ କଲେଜ ଅଧ୍ୟକ୍ଷକଙ୍କ ପାଖରେ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପାଇଁ କଲେଜ କର୍ତ୍ତୃପକ୍ଷ ଏକ ଇଣ୍ଟରନାଲ କମିଟି ଗଠନ କରିଥିଲେ। ଅନ୍ୟପଟେ ଛାତ୍ରୀ ଜଣକ ଅଧ୍ୟାପକ ଅସଦାଚରଣ କରୁଥିବା ନେଇ ଥାନାର ମଧ୍ୟ ଦ୍ୱାରସ୍ଥ ହୋଇଥିଲେ। ପୁଲିସ ଛାତ୍ରୀଙ୍କ ବୟାନ ମଧ୍ୟ ରେକର୍ଡ କରିଥିଲା । ଆଜି କଲେଜ ଅଧ୍ୟକ୍ଷ ପୀଡିତା ଛାତ୍ରୀଙ୍କୁ କଥା ହେବା ପାଇଁ ଡାକିଥିଲେ। ପ୍ରିନ୍ସିପାଲଙ୍କ ପ୍ରକୋଷ୍ଠରୁ ବାହାରିବା ପରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଘଟଣାକୁ ଚାପି ଦେବାକୁ ଉଦ୍ୟମ ହେଉଥିବା ଅନୁଭବ କରିବା ପରେ ପୀଡିତା ଚରମ ପଦକ୍ଷେପ ନେଇଛନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି। 

Crime | Balasore | Girl student

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe