ଭୁବନେଶ୍ବର: ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ତାଙ୍କୁ ମୁଖ୍ୟ ଶାସନ ସଚିବ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର କାର୍ଯ୍ୟକାରୀ  ଅଧ୍ୟକ୍ଷଭାବେ ଅତିରିକ୍ତ ଦାୟିତ୍ୱ ସହ ଅତିରିକ୍ତ ମୁଖ୍ୟ ଆବାସିକ ଆୟୁକ୍ତଭାବେ ନୂଆ ଦାୟିତ୍ୱ ମିଳିଛି। ଏ ନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। 

Advertisment

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। । ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ। ୨୦୨୪  ଅଗଷ୍ଟ ୧୩ ତାରିଖରୁ ମନୋଜ ଆହୁଜା କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ।

ସରକାର ଏବେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ  ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବି ଅବସ୍ଥାପିତ କରାଯାଇଥିଲା। ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବୃଦ୍ଧି କରାଯାଇଥିଲା । 

ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ  ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବି ଅବସ୍ଥାପିତ କରାଯାଇଥିଲା। ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବୃଦ୍ଧି କରାଯାଇଥିଲା ।