ଭୁବନେଶ୍ବର:ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିବା ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବ। ଆଜି ଦିନ ୧୨ଟାରୁ ସାଢ଼େ ୧୨ଟା ଭିତରେ ଏୟାରଲିଫ୍ଟ କରାଯିବ। ଏନେଇ ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଇତିମଧ୍ୟରେ ଦିଲ୍ଲୀ ଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି। ଆଉ କିଛି ସମୟ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଭୁବନେଶ୍ବର ଏମ୍ସରେ ପହଞ୍ଚିବେ ବୋଲି ସୂଚନା ରହିଛି।
ସୂଚନାଯୋଗ୍ୟ, ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସନ୍ଧ୍ୟାରେ କହିଥିଲେ ଯେ,ବଳଙ୍ଗା ପୀଡ଼ିତାଙ୍କର ଭୁବନେଶ୍ବର ଏମ୍ସରେ ଚିକିତ୍ସା ଚାଲିଛି। ତାଙ୍କର ଚିକିତ୍ସା ଓ ସ୍ବାସ୍ଥ୍ୟାବସ୍ଥା ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି। ସରକାରଙ୍କ ତରଫରୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।ପୀଡିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି।
ପୀଡିତାଙ୍କ ସ୍ୱାସ୍ଥ୍ୟ ପରିସ୍ଥିତି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ବିଭାଗ ଏବଂ ସିଏମ୍ଓ ଏବଂ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ତାଙ୍କ ସ୍ୱାସ୍ଥ୍ୟ ପରିସ୍ଥିତି ସମ୍ପର୍କରେ ଖବର ରଖାଯାଉଛି। ଯଦି ତାଙ୍କୁ ଏୟାରଲିଫ୍ଟ କରିବା ପାଇଁ ପରିସ୍ଥିତି ଅନୁକୂଳ ହୁଏ ଏବଂ ଏଥିପାଇଁ ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶକ ଅନୁମୋଦନ ଦିଅନ୍ତି, ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଦିଲ୍ଲୀ ନେବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ।
ଗତକାଲି ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ କହିଥିଲେଯେ, ବଳଙ୍ଗା ପୀଡ଼ିତାଙ୍କର ଭୁବନେଶ୍ବର ଏମ୍ସରେ ଚିକିତ୍ସା ଚାଲିଛି। ତାଙ୍କର ଚିକିତ୍ସା ଓ ସ୍ବାସ୍ଥ୍ୟାବସ୍ଥା ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି। ସରକାରଙ୍କ ତରଫରୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।ପୀଡିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି।
ସୂଚନାଯୋଗ୍ୟ, ପୁରୀ ଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତକାଲି ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେ ତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା।
Follow Us