ନୂଆଖାଇ ପାଇଁ ସରକାରୀ ଓ ଅନୁଦାନପ୍ରାପ୍ତ ସହ ବେସରକାରୀ ସ୍କୁଲ ଛୁଟି

ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ପାଳନ ହେବ। ନୂଆଖାଇ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପୂର୍ବରୁ ରାଜ୍ୟ ସରକାର ନୂଆଖାଇ ପାଇଁ ସେପ୍ଟେମ୍ବର ୯ ତାରିଖ (ସୋମବାର)କୁ ଛୁଟି ଘୋଷଣା କରିଛନ୍ତି।

ଅଦ୍ୟତନ ହୋଇଛି
nuakhai

Photo: Pragativadi

ଭୁବନେଶ୍ବର: ନୂଆଖାଇ ପାଖେଇ ଆସୁଛି। ତିନି ଦିନ ପରେ ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ପାଳନ ହେବ। ନୂଆଖାଇ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପୂର୍ବରୁ ରାଜ୍ୟ ସରକାର ନୂଆଖାଇ ପାଇଁ ସେପ୍ଟେମ୍ବର ୯ ତାରିଖ (ସ‌ୋମବାର)କୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ଆଜି ସରକାର ଘୋଷଣା କରିଛନ୍ତି ଯେ, ଆସନ୍ତା ୯ ତାରିଖ ସୋମବାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ସ୍କୁଲ ଛୁଟି ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ଏହି ଖବର ପଢ଼ନ୍ତୁ: ନୂଆଖାଇ ପାଇଁ ମା’ ସମଲେଇଙ୍କ ମନ୍ଦିରରେ ନୂଆ ଧାନ ପହଞ୍ଚିବ

ଆସନ୍ତା ୯ ତାରିଖ ସୋମବାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ସ୍କୁଲ ଛୁଟି ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପଶ୍ଚିମ ଓଡ଼ିଶାରୁ ଯାଇ ଅନ୍ୟତ୍ର ରହୁଥିବା ଲୋକେ ମଧ୍ୟ ଜନ୍ମମାଟିକୁ ଫେରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ସରକାରୀ ସ୍ତରରେ ଛୁଟି ଘୋଷଣା କରାଯାଇଛି। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା ‌କରିଛନ୍ତି।

ଏହି ଖବର ପଢ଼ନ୍ତୁ: ସେପ୍ଟେମ୍ବର ୯ରେ ନୂଆଖାଇ ଛୁଟି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe