ଭୁବନେଶ୍ବର: ବିକଶିତ ଗାଁ ବିକଶିତ ଓଡିଶା ନାଁରେ ଚାଲିବ କାର୍ଯ୍ୟକ୍ରମ । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ତାଙ୍କ କହିବା ମୁତାବକ, ଏହି କାର୍ଯ୍ୟକ୍ରମରେ, ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ ଏବଂ ତା ସହିତ ପଞ୍ଚାୟତ ପ୍ରତିନିଧିଙ୍କୁ ଦିଆଯିବ କ୍ଷମତା । ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଆଉ ପଞ୍ଚାୟତର ବିକାଶ ହେବ । ତେବେ ଅନୁସୂଚିତ ଜନଜାତି ଅଞ୍ଚଳରେ ପେଶା ଆଇନ ଲାଗୁ ହେବ, ଅନ୍ୟ ସବୁ ଅଞ୍ଚଳରେ ଗ୍ରାମସଭା ଏବଂ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ । ଲୋକଙ୍କ ଆଭିମୁଖ୍ୟକୁ ନେଇ ଗାଇଡଲାଇନ ଆସୁଛି । ଆମ ଓଡ଼ିଶା ନବୀନ ଓଡ଼ିଶାରେ ପଞ୍ଚାୟତ ପ୍ରତିନିଧି ପ୍ରଥମ ଥର ଆନ୍ଦୋଳନକୁ ଓହ୍ଲାଇଥିଲେ, କୋଭିଡ ସମୟରେ ପୂର୍ବ ସରକାର ସେମାନଙ୍କୁ ଜିଲ୍ଲାପାଳ ଆଖ୍ୟା ଦେଲେ, ହେଲେ ପରେ କ୍ଷମତା ହଟାଇ ଦେଲେ, କିନ୍ତୁ ବିଜେପି ସରକାର ଲୋକଙ୍କ ଅନୁସାରେ କାମ କରିବ । ଆଉ ପଞ୍ଚାୟତ ପ୍ରତିନିଧିମାନଙ୍କୁ ସଶକ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ବଦଳିବ ଆମ ଓଡ଼ିଶା ନବୀନ ଓଡ଼ିଶାର ନାମ: ପଞ୍ଚାୟତିରାଜ ମନ୍ତ୍ରୀ
ବିକଶିତ ଗାଁ ବିକଶିତ ଓଡିଶା ନାଁରେ ଚାଲିବ କାର୍ଯ୍ୟକ୍ରମ । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।