ଭୁବନେଶ୍ବରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଡିଜିପି ସମ୍ମିଳନୀର ଉଦଘାଟନ କରିବେ

ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ବିଜେପି ନେତା ବିମାନବନ୍ଦରରେ ସ୍ବାଗତ କରିଛନ୍ତି। ସେ ଏଠାରୁ ସିଧାସଳଖ ଡିଜିପି ସମ୍ମିଳନୀରେ ଯୋଗ ଦେବାକୁ ଲୋକସେବା ଭବନକୁ ଯାଇଛନ୍ତି।

ଅଦ୍ୟତନ ହୋଇଛି
ା‌େ

ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ  ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ, ସାଂସଦ ବୈଜୟନ୍ତ ପଣ୍ଡା ଓ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ବାବୁ ସିଂ  ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ କେତେକ ବରିଷ୍ଠ ବିଜେପି ନେତା ବିମାନବନ୍ଦରରେ ସ୍ବାଗତ କରିଛନ୍ତି। ସେ ଏଠାରୁ ସିଧାସଳଖ ଡିଜି-ଆଇଜି ସମ୍ମିଳନୀରେ ଯୋଗ ଦେବାକୁ ଲୋକସେବା ଭବନକୁ ଯାଇଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦିନ ୧ଟା ୧୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସିଧାସଳଖ ଲୋକସେବା ଭବନ କନ୍ଭେନସନ୍ ହଲକୁ ଯାଇଛନ୍ତି। ସେଠାରେ ଡିଜି-ଆଇଜିପି ସମ୍ମିଳନୀକୁ ଉଦ୍ଘାଟନ କରିବେ। ରାତି ୮ଟା ପର୍ଯ୍ୟନ୍ତ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ।
 

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦିନ ୧ଟା ୧୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସିଧାସଳଖ ଲୋକସେବା ଭବନ କନ୍ଭେନସନ୍ ହଲକୁ ଯାଇଛନ୍ତି। ସେଠାରେ ଡିଜି-ଆଇଜିପି ସମ୍ମିଳନୀକୁ ଉଦ୍ଘାଟନ କରିବେ। ରାତି ୮ଟା ପର୍ଯ୍ୟନ୍ତ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ। ବୈଠକ ସରିବା ପରେ ଶ୍ରୀ ଶାହ ଆଇପିଏସ୍ ମେସକୁ ଯାଇ ରାତ୍ରିଯାପନ କରିବେ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ୫୯ତମ ଡିଜି-ଆଇଜିପି ସମ୍ମିଳନୀ ପାଇଁ ଆଜି ଓଡ଼ିଶା ଗସ୍ତରେ ବି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ୪ଟା ୧୫ରେ ଏକ ସ୍ବତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ବିମାନବନ୍ଦର ବାହାରେ ଏକ ସଭାରେ ଯୋଗ ଦେବେ। ପରବର୍ତ୍ତୀ ସମୟରେ ସିଧାସଳଖ ରାଜଭବନକୁ ଯିବେ। ରାଜଭବନରେ ପ୍ରାୟ ୧ଘଣ୍ଟା ରହିବା ପରେ ବିଜେପି ଦଳୀୟ କାର୍ଯ୍ୟାଳୟରେ ପହଞ୍ଚିବେ। ସେଠାରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ବୈଠକ ସରିବା ପରେ କଡ଼ା ସୁରକ୍ଷା ଭିତରେ ପୁନର୍ବାର ରାଜଭବନକୁ ଫେରିଯିବେ। ରାଜଭବନରେ ପ୍ରଧାନମନ୍ତ୍ରୀଙ୍କ ରହଣି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe