ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ: ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ

ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।

assembly2

ଭୁବନେଶ୍ୱର: ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି। 

ରାଜ୍ୟରେ ଆଇନଶୃଙ୍ଖଳା ପ୍ରସଙ୍ଗରେ ବିରୋଧୀ ଓ କଂଗ୍ରେସ ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ୍ ତଳେ ପ୍ରତିବାଦ କରିଥିଲେ। ଏଣେ ବିଜେଡି ସଦସ୍ୟମାନେ ଚାଷୀମାରଣ ନୀତିକୁ ନେଇ ନାରାବାଜି କରିଥିଲେ। ତେବେ ହୋହଲ୍ଲା ଭିତରେ ବାଚସ୍ପତି ସୁରମା ପାଢ଼ୀ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନଙ୍କୁ ନିଜ ନିଜ ସ୍ଥାନକୁ ଯିବା ଲାଗି ଏକାଧିକ ବାର ନିବେଦନ କରିଥିଲେ। ହେଲେ ସେଥିପ୍ରତି ସେମାନେ କର୍ଣ୍ଣପାତ କରିନଥିଲେ । ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।  

ସୂଚନାଯୋଗ୍ୟ, ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି। 
ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।
ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe