ଭୁବନେଶ୍ବର: ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଛନ୍ତି।
ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଜଣେ ବେକେରି ମାଲିକଙ୍କ ଉପରେ ଲାଗିଥିବା ଜରିମାନା ରଫାଦଫା କରିବା ପାଇଁ ସରିତା ବାରିକ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ।
ଆଜି ଶ୍ରୀମତୀ ବାରିକଙ୍କୁ ପାନେ ଦେବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଯୋଜନା କରିଥିବା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଅତର୍କିତ ଚଢ଼ଉ କରିଥିଲେ। ଘଟଣାସ୍ଥଳରୁ ରଂଗବୋଳା ଟଙ୍କା ଜବତ ହୋଇଥିଲା। ରିପୋର୍ଟ ଲେଖାଯିବା ବେଳକୁ ଭିଜିଲାନ୍ସ ବିଭାଗ ଶ୍ରୀମତୀ ବାରିକଙ୍କ ବିଭିନ୍ନ ଠିକଣାରେ ଚଢ଼ଉ ଜାରି ରଖିଛି।
Odisha Vigilance
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/08/26/vigilance-2025-08-26-22-38-01.jpg)