ରାୟଗଡ଼ା: ରାୟଗଡ଼ା ଜିଲ୍ଲାର ସ୍ବନାମଧନ୍ୟ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ  ଦ୍ବିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱରର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି I ସୂଚନାରୁ ଜଣାଯାଇଛି ଆଜି ଶ୍ରୀସାହୁ ସରକାରୀ କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ I ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ସେ ଚାଲିଚାଲି ଯାଉଥିବା ବେଳେ ଅଜଣା ଦୁର୍ବୃତ୍ତ ତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିବା ଜଣାପଡିଛି I ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇ ଗଭୀର କ୍ଷତ ସୃଷ୍ଟି ହୋଇଛି I ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି। ମୁଣ୍ଡରେ ୧୨ଟି  ଷ୍ଟିଚ ପଡିଥିବା ସୂଚନା ମିଳିଛି I

Advertisment

ରାୟଗଡ଼ା ଜିଲ୍ଲାର ସ୍ବନାମଧନ୍ୟ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ  ଦ୍ବିତୀଚନ୍ଦ୍ର ସାହୁଙ୍କୁ ଭୁବନେଶ୍ୱରର ରେଳବାଇ ଷ୍ଟେସନ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି I ସୂଚନାରୁ ଜଣାଯାଇଛି ଆଜି ଶ୍ରୀସାହୁ ସରକାରୀ କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ I ଭୁବନେଶ୍ୱର ରେଳବାଇ ଷ୍ଟେସନ ନିକଟରେ ସେ ଚାଲିଚାଲି ଯାଉଥିବା ବେଳେ ଅଜଣା ଦୁର୍ବୃତ୍ତ ତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିବା ଜଣାପଡିଛି I ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇ ଗଭୀର କ୍ଷତ ସୃଷ୍ଟି ହୋଇଛି I ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି।

ଆକ୍ରମଣ କରିଥିବା ଦୁର୍ବୃତ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛିI  ଆକ୍ରମଣକୁ ଦୃଢ଼ତାର ସହ ନିନ୍ଦା କରିବା ସହ  ଦୋଷୀଙ୍କୁ ଧରି କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ରାୟଗଡ଼ା ଶିକ୍ଷକ ସଂଘ ଦାବି କରିଛି I କିଏ କାହିଁକି ତାଙ୍କୁ ଆକ୍ରମଣ କରିଲା ସ୍ପଷ୍ଟ ହୋଇନି I ପୁଲିସ ଘଟଣାର ତଦନ୍ତ କରୁଛି I