ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ବରେ ପରିଚାଳିତ ରାଜ୍ୟ ସରକାର ଆସନ୍ତା ୧୧ ତାରିଖରେ ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଶୁଭାରମ୍ଭ ହେବ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

Advertisment

ଜେପି ନଡ୍ଡା ଆସନ୍ତା ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ। ସେ ଅପ୍ରେଲ ୧୧ରେ ‘ଆୟୁଷ୍ମାନ ଭାରତ’ର ଶୁଭାରମ୍ଭ କରିବେ। ଏହା ପରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ଅପ୍ରେଲ ୧୨ ସନ୍ଧ୍ୟାରେ ଫେରିଯିବେ।

-ମନମୋହନ ସାମଲ, ସଭାପତି, ବିଜେପି ଓଡ଼ିଶା

 

ସୂଚନାଯୋଗ୍ୟ, ପୂର୍ବରୁ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ‘ଆୟୁଷ୍ମାନ ଭାରତ’ ଅପ୍ରେଲ ମାସରୁ ଶୁଭାରମ୍ଭ ହେବ ବୋଲି ଘୋଷଣା କରିଥିଲେ। ଏଥିରେ ୭୦ ବର୍ଷରୁ ଅଧିକ ବୟସ୍କ ପାଇବେ ଚିକିତ୍ସା ସୁବିଧା। ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା। ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ। ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା।

Health | JP Nadda