ନିର୍ଗୁଣ୍ଡି ନିକଟରେ ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍  ଲାଇନଚ୍ୟୁତ

କଟକ ଜିଲ୍ଲା ଚୌଦ୍ୱାରର ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଚୌଦ୍ୱାର ଅଞ୍ଚଳର ମଙ୍ଗୁଳି ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍ ଟି ଲାଇନଚ୍ୟୁତ ହୋଇଛି। ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ସୂଚନା ହସ୍ତଗତ ହୋଇନାହିଁ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି ।

ଅଦ୍ୟତନ ହୋଇଛି
zx2

କଟକ: କଟକ ଜିଲ୍ଲା ଚୌଦ୍ୱାରର ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଚୌଦ୍ୱାର ଅଞ୍ଚଳର ମଙ୍ଗୁଳି ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍ ଟି ଲାଇନଚ୍ୟୁତ ହୋଇଛି।

ରିପୋର୍ଟ ଅନୁସାରେ, ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନଟି  ଚୌଦ୍ୱାର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ପୂର୍ବାହ୍ନ ୧୧.୪୫ ମିନିଟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏହାପରେ ଯାତ୍ରୀମାନଙ୍କୁ ଅନ୍ୟ ଟ୍ରେନରେ ପଠାଇବାର ବ୍ୟବସ୍ଥା କରାଯାଉଛି।

ଲାଇନଚ୍ୟୁତ ହୋଇଥିବା ବେଳେ କାହାରି ମୃତ୍ୟୁ ଘଟି ନଥିବା ସିପିଆରଓ ବିଶ୍ବଜିତ ସାହୁ ସୂଚନା ଦେଇଛନ୍ତି। ଏବେ ସୁଦ୍ଧା କୌଣସି କ୍ଷୟକ୍ଷତି ସୂଚନା ମିଳିନଥିବା ବେଳେ ଯାତ୍ରୀମାନେ ଭୟରେ ବାହାରକୁ ଦୌଡ଼ିଥିଲେ । ଟ୍ରେନ୍‌ର ଏଗାର ବଗି ଲାଇନଚ୍ୟୁତ ହୋଇଥିବା ନେଇ ସୂଚନା ମିଳିଛି । ଖବର ପାଇଁ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି ।

ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନଟି  ଚୌଦ୍ୱାର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ପୂର୍ବାହ୍ନ ୧୧.୪୫ ମିନିଟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏହାପରେ ଯାତ୍ରୀମାନଙ୍କୁ ଅନ୍ୟ ଟ୍ରେନରେ ପଠାଇବାର ବ୍ୟବସ୍ଥା କରାଯାଉଛି।

ଲାଇନଚ୍ୟୁତ ହୋଇଥିବା ବେଳେ କାହାରି ମୃତ୍ୟୁ ଘଟି ନଥିବା ସିପିଆରଓ ବିଶ୍ବଜିତ ସାହୁ ସୂଚନା ଦେଇଛନ୍ତି। ଏବେ ସୁଦ୍ଧା କୌଣସି କ୍ଷୟକ୍ଷତି ସୂଚନା ମିଳିନଥିବା ବେଳେ ଯାତ୍ରୀମାନେ ଭୟରେ ବାହାରକୁ ଦୌଡ଼ିଥିଲେ । ଟ୍ରେନ୍‌ର ଏଗାର ବଗି ଲାଇନଚ୍ୟୁତ ହୋଇଥିବା ନେଇ ସୂଚନା ମିଳିଛି । ଖବର ପାଇଁ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଲା ସେ ନେଇ କୌଣସି ସୂଚନା ମିଳିନଥିବା ବେଳେ ତଦନ୍ତ ପରେ ସ୍ପଷ୍ଟ ହେବ । ଭୀଷଣ ଡହ ଡ଼ହ ଖରାରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । କେତେବେଳେ ଟ୍ରେନ ଚଳାଚଳ ସ୍ୱଭାବିକ ହେବ ତାର ମଧ୍ୟ ସୂଚନା ନାହିଁ । 

ତେବେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଲା ସେ ନେଇ କୌଣସି ସୂଚନା ମିଳିନଥିବା ବେଳେ ତଦନ୍ତ ପରେ ସ୍ପଷ୍ଟ ହେବ । ଭୀଷଣ ଡହ ଡ଼ହ ଖରାରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । କେତେବେଳେ ଟ୍ରେନ ଚଳାଚଳ ସ୍ୱଭାବିକ ହେବ ତାର ମଧ୍ୟ ସୂଚନା ନାହିଁ । 

ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ସୂଚନା ହସ୍ତଗତ ହୋଇନାହିଁ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି । ଅନ୍ୟପକ୍ଷରେ ସେଠାକୁ ମେଡ଼ିକାଲ ଟିମ ପଠାଇ ଦିଆଯାଇଛି ଏହା ସହ ଏନଡିଆରଏଫ ଓ ଫାୟାର ଟିମ୍ ପଠାଇ ଦିଆଯାଇଛି ।  ଯେଉଁ ଯାତ୍ରୀମାନେ ସେଠାରେ ରହିଛନ୍ତି ସେମାନଙ୍କୁ କିଭଳି ତାଙ୍କ ଗନ୍ତବ୍ୟ ସ୍ଥଳକୁ ପହଞ୍ଚାଇହେବ ସେ ବ୍ୟବସ୍ଥା କରାଯାଉଛି ।

ଦୁର୍ଘଟଣା ଘଟିଥିବା ସ୍ଥାନରେ ରିଷ୍ଟୋରେସନ କାମ ଖୁବଶୀଘ୍ର ଆରମ୍ଭ ହେବ ଓ ଅନ୍ୟାନ୍ୟ ଟ୍ରେନ ଚଳାଚଳ ବ୍ୟବସ୍ଥା ଆରମ୍ଭ ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ପୂର୍ବତଟ ରେଳପଥ ମୁଖ୍ୟ ଜନସମ୍ପର୍କ ଅଧିକାରୀ ଅଶୋକ କୁମାର ମିଶ୍ର । ଏଥିସହ ସେ କହିଛନ୍ତି ଏଗାରଟି  କୋଚ୍ ଏସି କୋଚ୍ ରହିଛି ।

indian railways

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe