ଭରତପୁର ଥାନା ଘଟଣା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Advertisment

ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠରେ ଏହି ଚାରି ପୁଲିସ କର୍ମଚାରୀଙ୍କ ତରଫରୁ ଦାୟର ପୃଥକ ଆଗୁଆ ଜାମିନ ଆବେଦନ ଗୁଡ଼ିକର ଏକତ୍ର ପ୍ରାରମ୍ଭିକ ଶୁଣାଣି ହୋଇଛି।

Updated On

ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠରେ ଏହି ଚାରି ପୁଲିସ କର୍ମଚାରୀଙ୍କ ତରଫରୁ ଦାୟର ପୃଥକ ଆଗୁଆ ଜାମିନ ଆବେଦନ ଗୁଡ଼ିକର ଏକତ୍ର ପ୍ରାରମ୍ଭିକ ଶୁଣାଣି ହୋଇଛି।

ଅଦ୍ୟତନ ହୋଇଛି
Odisha HC

କଟକ: ରାଜଧାନୀ ଭୁବନେଶ୍ବରର ବହୁଚର୍ଚ୍ଚିତ ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠରେ ଏହି ଚାରି ପୁଲିସ କର୍ମଚାରୀଙ୍କ ତରଫରୁ ଦାୟର ପୃଥକ ଆଗୁଆ ଜାମିନ ଆବେଦନ ଗୁଡ଼ିକର ଏକତ୍ର ପ୍ରାରମ୍ଭିକ ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ମାମଲାରେ କେସ୍ ଡାଏରି ଦାଖଲ ପାଇଁ ସରକାରଙ୍କ ତରଫରୁ  ସମୟ‌ ଲୋଡ଼ା ଯାଇଥିଲା।

ଅନ୍ୟପକ୍ଷରେ ଅନ୍ତରୀଣ ସୁରକ୍ଷା ପ୍ରଦାନ ପାଇଁ ଆବେଦନକାରୀଙ୍କ ତରଫରୁ ନିବେଦନ କରାଯାଇଥିଲା। ହାଇକୋର୍ଟ ଅକ୍ଟୋବର ୨୮କୁ  ଆଗୁଆ ଜାମିନ ଆବେଦନ ଗୁଡ଼ିକର ପରବର୍ତ୍ତୀ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ କେସ୍ ଡାଏରି ସହିତ ତଦନ୍ତର ସାନି ସ୍ଥିତି ନେଇ ତଥ୍ୟ ଉପସ୍ଥାପନ ପାଇଁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଆବେଦନକାରୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ ପାଇଁ ହାଇକୋର୍ଟ ଆଜି ମନା କରିଛନ୍ତି। ଏହି ପ୍ରସଂଗରେ କୌଣସି ନିର୍ଦ୍ଦେଶ ଆଜି ହାଇକୋର୍ଟ ଦେଇ ନାହାନ୍ତି।

-ଚାରି ପୁଲିସ କର୍ମଚାରୀଙ୍କୁ ମିଳିଲା ନାହିଁ ଅନ୍ତରୀଣ ସୁରକ୍ଷା
-ଅକ୍ଟୋବର ୨୮ରେ ଆଗୁଆ ଜାମିନ ଆବେଦନ ପାଇଁ ଶୁଣାଣି
-ସେପ୍ଟେମ୍ବର ୧୫ରେ ଭରତପୁର ଥାନାରେ ଘଟିଥିଲା ଘଟଣା

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ସେପ୍ଟେମ୍ବର ୧୫ରେ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିବା ଦୁଇ ବ୍ୟକ୍ତିଙ୍କୁ ନିର୍ଯାତନା ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ମାମଲା ରୁଜୁ କରିଥିଲା। ସରକାର ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କୁ ଚାକିରିରୁ ନିଲମ୍ବିତ କରିଥିଲେ। କ୍ରାଇମବ୍ରାଞ୍ଚ ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଏହି ପାଞ୍ଚ ଜଣ ପୁଲିସ କର୍ମଚାରୀ ସେପ୍ଟେମ୍ବର ୩୦ରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଦାୟର କରିଥିଲେ। ଆଜି ଅବକାଶକାଳୀନ ଖଣ୍ଡପୀଠରେ ଚାରିଜଣଙ୍କ ଆଗୁଆ ଜାମିନ ଆବେଦନର ପ୍ରାରମ୍ଭିକ ଶୁଣାଣି ହୋଇଥିଲା। ଭରତପୁର ଥାନାର ପୂର୍ବତନ ଆଇଅଇସି ଦୀନକୃଷ୍ଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନର ଆସନ୍ତା ସପ୍ତାହରେ ଶୁଣାଣି ହେବ।

ଏହି ଖବର ପଢ଼ନ୍ତୁ: ଖଣ୍ଡଗିରି ଗୁମ୍ଫାରୁ ଜବରଦଖଲ ଉଚ୍ଛେଦ ପାଇଁ ନିର୍ଦ୍ଦେଶ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe