ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୁଲିସ

Advertisment

ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି।

ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି।

4838a198-974d-493e-b375-10b7b71a7c09

ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ତାକୁ ଖାତିର କରି ନାହାନ୍ତି ବିଜେଡି କର୍ମୀ। ରଣକ୍ଷେତ୍ର ପାଲଟିଛି ଲୋୟର୍ ପିଏମ୍‌ଜି।

ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଣେ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି କମିସନରେଟ୍ ପୁଲିସ। ତେଣେ କେତେକ ବିଜେଡି ନେତା ଓ କର୍ମୀ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। କେତେକ ଆନ୍ଦୋଳନକାରୀଙ୍କୁ ପୁଲିସ ଅଟକ ରଖିଛି।

ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ। ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ତଫା ଦିଅନ୍ତୁ। ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ। ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe