ନବରଂଗପୁର: ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀର ମୃତ୍ୟୁ ମାମଲାକୁ ବିଜୁ ଜନତା ଦଳ (ବିଜେଡି) ତୀବ୍ର ନିନ୍ଦା କରିଛି। ରାଜ୍ୟ ସରକାର ଓଡ଼ିଶାରେ ନାରୀକୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି ହୋଇଛି ବୋଲି କହିଛି। ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ସୋମବାର ଦିନ ନବରଂଗପୁର ଜିଲ୍ଲାରେ ୧୨ ଘଣ୍ଟା ବନ୍ଦ ଡାକରା ଦେଇଛି। ଫଳରେ ଜରୁରୀକାଳୀନ ସେବା ବ୍ୟତୀତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ, ଦୋକାନ, ବଜାର, ସ୍କୁଲ୍‌ କଲେଜ୍‌, ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିବ।

Advertisment

ନବରଂଗପୁର ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ, ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଇସ୍ତଫା ଦିଅନ୍ତୁ। ତା’ ସହିତ ସରକାର ରାଇଘର ନର୍ସିଂ ପୀଡ଼ିତାଙ୍କୁ ୧ କୋଟି ଟଙ୍କା କ୍ଷତିପୂରଣ ଦିଅନ୍ତୁ। ବିଜେଡି କହିଛି ଯେ, ଯେତେ ଦିନ ପର୍ଯ୍ୟନ୍ତ ଏହି ରାଜ୍ୟର ନାରୀ, ଛାତ୍ରୀ, ନାବାଳିକା ସୁରକ୍ଷିତ ହେବେ ନାହିଁ, ବିଜେଡି ସେମାନଙ୍କୁ ସୁରକ୍ଷା ଦେବା ପାଇଁ ସାରା ରାଜ୍ୟରେ ଆନ୍ଦୋଳନକୁ ବ୍ୟାପକ କରିବ। ନବରଙ୍ଗପୁର ଜିଲ୍ଲାବାସୀ ଏବଂ ରାଇଘରବାସୀଙ୍କୁ ବିଜେଡି ତରଫରୁ ଅନୁରୋଧ କରାଯାଉଛି କି ଆସନ୍ତାକାଲି ୧୨ ଘଣ୍ଟା ବନ୍ଦକୁ ସମ୍ପୂର୍ଣ୍ଣ ସହଯୋଗ କରନ୍ତୁ। ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ, ଦୋକାନ, ବଜାର, ସ୍କୁଲ୍‌ କଲେଜ୍‌, ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଜରୁରୀକାଳୀନ ସେବା ଯେପରିକି ‘ଅଗ୍ନିଶମ ସେବା, ଆମ୍ବୁଲାନ୍ସ୍‌ ସେବା ବନ୍ଦ ହେବ ନାହିଁ। 

ନବରଂଗପୁର ଜିଲ୍ଲାରେ ବିଜେଡି ଆସନ୍ତାକାଲି ୧୨ ଘଣ୍ଟା ବନ୍ଦ ଡାକରା ଦେଇଛି। ଫଳରେ ଜରୁରୀକାଳୀନ ସେବା ବ୍ୟତୀତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ, ଦୋକାନ, ବଜାର, ସ୍କୁଲ୍‌ କଲେଜ୍‌, ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିବ।

ସୂଚନାଯୋଗ୍ୟ, ଛାତ୍ରୀ ଜଣକ ଗତମାସ ୧୩ ତାରିଖ ଦିନ ବଜାରକୁ ସଉଦା କିଣିବାକୁ ଯାଇଥିଲେ। ଏହି ସମୟରେ ଏକତରଫା ଭଲ ପାଉଥିବା ଅଭିଯୁକ୍ତ ସତ୍ୟଜିତ ସରକାର ସେଠାରେ ପହଞ୍ଚି ପୀଡ଼ିତାଙ୍କୁ ରାଜରାସ୍ତାରେ ମାରପିଟ କରିଥିଲାl ଆକ୍ରମଣର ଶିକାର ପୀଡ଼ିତାଙ୍କ ଆଖି ଓ ମୁହଁ ଫୁଲି ଯାଇଥିଲା। ରକ୍ତାକ୍ତ ଅବସ୍ଥାରେ ସେ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେl ପୁଲିସ ସତ୍ୟଜିତକୁ ଅଟକ ରଖି ସର୍ତ୍ତମୂଳକ ଭାବରେ ଛାଡ଼ି ଦେଇଥିଲାl ଏଥିରେ ସେ ପ୍ରତିଶୋଧ ପରାୟଣ ହୋଇ ପୀଡିତା ଓ ତାଙ୍କ ପୁରୁଷ ବନ୍ଧୁଙ୍କ କିଛି ଫୋଟ ଓ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରଲ କରିଥିଲା।

ନଜ ଫଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଲା ପରେ ପୀଡିତା ଲୋକାଲଜ୍ୟା ସହି ନପାରି ଜୁଲାଇ ୧୭ ତାରିଖରେ  ଘାସମରା ଔଷଧ (ବିଷ) ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେl ଘରଲୋକ ଜାଣିପାରି ତାଙ୍କୁ ଉମରକୋଟ ମେଡିକାଲକୁ ନେଇ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କୋଣ୍ଡାଗାଁ ଓ ପରେ ରାୟପୁରକୁ ନେଇ ଯାଇଥିଲେl କିନ୍ତୁ ସ୍ୱାସ୍ଥ୍ୟବସ୍ଥାରେ କୌଣସି ଉନ୍ନତି ନହେବା ସହ ଡାକ୍ତର ହାତ ଟେକି ଦେଇ ଘରକୁ ନେଇ ଯିବାକୁ କହିଥିଲେl ଫଳରେ ଗତ ଜୁଲାଇ ୨୧ରେ ପରିବାର ଲୋକେ ପୀଡିତାଙ୍କୁ ଘରକୁ ନେଇ ଯାଇଥିଲେl ସେହି ଦିନ ଠାରୁ ପୀଡିତା ଘରେ ମରଣ ସହ ସଂଗ୍ରାମ କରି ଆସୁଥିବା ବେଳେ ରାଇଘର ଥାନାରେ ପୀଡିତାଙ୍କ ଦାଦା ଏକ ଲିଖିତ ଅଭିଯୋଗ କରିବା ପରେ ପୁଲିସ ପୀଡିତାଙ୍କ ବୟାନ ନେଇଥିଲା। ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ କରି ପୀଡ଼ିତାଙ୍କୁ ପ୍ରଥମେ ଉମରକୋଟ ଓ ପରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ପୁଲିସ ଏହି ମାମଲାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। 

ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ବିଜେଡି ମହିଳା ମୋର୍ଚ୍ଚା ସଭାନେତ୍ରୀ ମଂଜୁଳା ମାଝୀ, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ, କୌଶଲ୍ୟା ପ୍ରଧାନୀ, ପୌର ଉପାଧ୍ୟକ୍ଷା ସୌମ୍ୟା ମହାପାତ୍ର, ବରିଷ୍ଠ ନେତା ସରୋଜ ପାତ୍ର, ମଣ୍ଟୁ ପଟ୍ଟନାୟକ, ରବି ପଟ୍ଟନାୟକ, ଭୀମ ହରିଜନ, ସୁମିତ ପୁଜାରୀ ପ୍ରମୁଖ ଯୋଗ ଦେଇ ୧୪ମାସରେ ସରକାର ନିଜର ପାରିବାପଣିଆ ଦେଖାଇଛନ୍ତି ବୋଲି କହିଥିଲେ। ଏହି ଅବସରରେ ବିଜେଡି ଅମରଆତ୍ମାର ସଦଗତି କାମନା କରି ନୀରବ ପ୍ରାର୍ଥନା କରିଥିଲେ।  

ରିପୋର୍ଟ: ସୁରେଶ ନାଇଡୁ

BJD | Nabarangpur