ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ସୂଚନା ଅନୁସାରେ ୪ ଦିନିଆ ଗସ୍ତରେ ରାଜନୈତିକ ଏବଂ କିଛି ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନବୀନ। ଏହାଛଡ଼ା ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତେବେ ବିଜେଡି ପକ୍ଷରୁ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।
I am in Delhi for few days for some social commitments. #Odisha
— Naveen Patnaik (@Naveen_Odisha) September 7, 2025