Advertisment
Leading

ଶ୍ରୀମୟୀ ମିଶ୍ରଙ୍କ ସମର୍ଥନରେ ବାହାରିଲେ ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ସାଂସଦ ତଥା କଟକ ବାରବାଟୀ ନିର୍ବାଚନମଣ୍ତଳୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରକ ବୟାନ । ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରିଲେ ଦେବାଶିଷ ।

 ଶ୍ରୀମୟୀ ମିଶ୍ରଙ୍କ ସମର୍ଥନରେ ବାହାରିଲେ ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

କଟକ: ରାଜ୍ୟସଭା ସାଂସଦ ତଥା କଟକ ବାରବାଟୀ ନିର୍ବାଚନମଣ୍ତଳୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରକ ବୟାନ । ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରିଲେ ଦେବାଶିଷ । କହିଲେ, ଶ୍ରୀମୟୀ ମିଶ୍ର ସବୁ ବେଳେ ଠିକ୍ କଥା କହିଛନ୍ତି। ଶ୍ରୀମୟୀଙ୍କୁ ଦଳ ଅଣଦେଖା କରିଛି। ଟିକେଟ୍ ଦେବ ବୋଲି କହି ଦଳ ଟିକେଟ୍ ଦେଲାନି।   । ଦଳ ବିରୋଧରେ ମୁହଁ ଖୋଲିଲେ ଆକ୍ସନ ଠିକ୍‌ ନୁହେଁ । ପ୍ରଫୁଲ୍ଲ ମଲ୍ଲିକ, ଭାସ୍କର ରାଓ ସୁବିଧାବାଦୀ ନେତା ନୁହନ୍ତି। ସମସ୍ତଙ୍କ କଥା ଶୁଣିବା କଥା । ମତେ ଦଳ ଯାହା କହେ ମୁଁ ଶୁଣେ । ମତେ କେବେ ବି ଦଳରେ ଅଣଦେଖା କରାଯାଇନାହିଁ। ସେ କହିଛନ୍ତି, ଗଣତନ୍ତ୍ରରେ ଏଭଳି କରାଯିବା ଠିକ୍ ନୁହେଁ।

Advertisment

ସେପଟେ ଦେବାଶିଷଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ । ସେ କହିଛନ୍ତି, କ୍ଷମତା ଉପଭୋଗ ପରେ ବୟାନବାଜି କରିବା ଦୁର୍ଭାଗ୍ୟଜନକ। ଦେବାଶିଷ ସାମନ୍ତରାୟ ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେଉଛନ୍ତି। ଦଳରେ କିଏ କଣ କରୁଛି ଶୃଙ୍ଖଳା କମିଟି ଦେଖୁଛି। ସେ ବିଷୟରେ ଦଳର ସୁପ୍ରିମୋ ମଧ୍ୟ ଅବଗତ ଅଛନ୍ତି।

Untitled

ରାଜ୍ୟସଭା ସାଂସଦ ତଥା କଟକ ବାରବାଟୀ ନିର୍ବାଚନମଣ୍ତଳୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରକ ବୟାନ । ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ବାହାରିଲେ ଦେବାଶିଷ। କହିଲେ, ଶ୍ରୀମୟୀ ମିଶ୍ର ସବୁ ବେଳେ ଠିକ୍ କଥା କହିଛନ୍ତି। ଶ୍ରୀମୟୀଙ୍କୁ ଦଳ ଅଣଦେଖା କରିଛି। ଟିକେଟ୍ ଦେବ ବୋଲି କହି ଦଳ ଟିକେଟ୍ ଦେଲାନି। ଦଳ ବିରୋଧରେ ମୁହଁ ଖୋଲିଲେ ଆକ୍ସନ ଠିକ୍‌ ନୁହେଁ । ପ୍ରଫୁଲ୍ଲ ମଲ୍ଲିକ, ଭାସ୍କର ରାଓ ସୁବିଧାବାଦୀ ନେତା ନୁହନ୍ତି। ସମସ୍ତଙ୍କ କଥା ଶୁଣିବା କଥା। 

 ଧୃତରାଷ୍ଟ୍ର ଉପାଖ୍ୟାନ ପରେ ଏବେ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ ଉଠାଇ ପୁଣି ଥରେ ଚର୍ଚ୍ଚାରେ ବିଜେଡିର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ର। ଏହା ପରୋକ୍ଷରେ ପାଣ୍ଡିଆନ୍‌ଙ୍କ ସଂପର୍କରେ ଲେଖାଯାଇଥିବା ଚର୍ଚ୍ଚା ହେଉଛି। 

ଶ୍ରୀମୟୀ ମିଶ୍ର  ନିଜର ସୋସିଆଲ୍ ମିଡିଆ ପୋଷ୍ଟରେ ଲେଖିଛନ୍ତି, ଏଇ କିଛି ଦିନ ତଳେ ଗୋଟିଏ ଓଟିଟି ପ୍ଲାଟଫର୍ମରେ ବଲିଉଡର ପ୍ରତିଷ୍ଠିତ ନିର୍ଦ୍ଦେଶକ ପ୍ରକାଶ ଝା ଙ୍କ ଓ୍ବେବ୍ ସିରିଜ୍ ଦେଖିଲି ଯାହାକି ସନ୍ନ୍ୟାସ ଓ ସନ୍ନ୍ୟାସୀ ଉପରେ ଆଧାରିତ ଥିଲା। ସେଥିରେ କଳାକାରମାନଙ୍କ ଅଭିନୟ ବେଶ୍ ହୃଦୟସ୍ପର୍ଶୀ ଓ ଯୁଗୋପଯୋଗୀ ଥିଲା।

ସନ୍ନ୍ୟାସ ରୁ ସନ୍ନ୍ୟାସୀ

ସଂସାରର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତ ରେ ଏକ ଭଣ୍ଡ ସନ୍ନ୍ୟାସର ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି।

ସନ୍ଥ, ସନ୍ନ୍ୟାସୀମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି,ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି। ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ଶୂନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି|

ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ

"ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ"

ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେ଼ଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି।

ପୂର୍ବରୁ ପରୋକ୍ଷରେ ଦଳର ମୁଖିଆଙ୍କୁ କଟାକ୍ଷ କରିଥିବା ପରେ ବି ଚୁପ୍ ବସିନାହାନ୍ତି ଶ୍ରୀମୟୀ। ଏବେ ଏହାକୁ ନେଇ ବିଜେଡି କିଭଳି ପ୍ରତିକ୍ରିୟାଶୀଳ ହେଉଛି ଏବଂ ତାଙ୍କୁ ଦଳରୁ ନିଲମ୍ବିତ କରୁଛି କି ନା, ତାଉପରେ ରହିଛି ସମସ୍ତଙ୍କ ନଜର।

Advertisment
ସବସ୍କ୍ରାଇବ କରନ୍ତୁ