ସନ୍ନ୍ୟାସ ରୁ ସନ୍ନ୍ୟାସୀ

ସଂସାରର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତ ରେ ଏକ ଭଣ୍ଡ ସନ୍ନ୍ୟାସର ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି।

ସନ୍ଥ, ସନ୍ନ୍ୟାସୀମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି,ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି। ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ଶୂନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି|

ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ

"ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ"

ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେ଼ଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି।

ପୂର୍ବରୁ ପରୋକ୍ଷରେ ଦଳର ମୁଖିଆଙ୍କୁ କଟାକ୍ଷ କରିଥିବା ପରେ ବି ଚୁପ୍ ବସିନାହାନ୍ତି ଶ୍ରୀମୟୀ। ଏବେ ଏହାକୁ ନେଇ ବିଜେଡି କିଭଳି ପ୍ରତିକ୍ରିୟାଶୀଳ ହେଉଛି ଏବଂ ତାଙ୍କୁ ଦଳରୁ ନିଲମ୍ବିତ କରୁଛି କି ନା, ତାଉପରେ ରହିଛି ସମସ୍ତଙ୍କ ନଜର।