ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନର ଚତୁର୍ଥ ରାଉଣ୍ଡ ଗଣତି ଫଳାଫଳ ସାମ୍ନାକୁ ଆସିଛି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୧୨,୮୧୫ ଭୋଟରେ ଆଗୁଆ ଅଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଚତୁର୍ଥ ରାଉଣ୍ଡରେ ୧୮୯୦୩ ଭୋଟ୍ ପାଇଥିବା ବେଳେ ତାପଛକୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୬୦୮୮ ଭୋଟ୍ ପାଇ ଦ୍ବିତୀୟ ସ୍ଥାନରେ ଅଛନ୍ତି। ଏଣେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନରେ ରହି ୫୩୨୦ ଭୋଟ୍  ପାଇଛନ୍ତି।

Advertisment

ମତଦାନର ଗଣତି ଜାରି

 ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି। ଷ୍ଟ୍ରଙ୍ଗ ରୁମରେ ସିଲ୍‌ ହୋଇଥିବା ଇଭିଏମ୍‌ ଖୋଲାଯାଇଛି। ଏକାସାଙ୍ଗେ ପୋଷ୍ଟାଲ୍ ବାଲାଟ୍ ଓ ଇଭିଏମ୍ ଗଣତି ଚାଲିଛି। ପ୍ରଥମ ରାଉଣ୍ଡ ଗଣତି ସରିଛି। ଶୁକ୍ରବାର ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି ଏବଂ ଭୋଟ୍‌ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ। ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଦିଆଯାଇଛି। ୩୫୮ ଟି ବୁଥରେ ମତ ଗଣତି ହେବ। ଏଥିପାଇଁ ୧୪ଟି ଟେବୁଲ କରାଯାଇଛି। ୨୬ଟି ରାଉଣ୍ଡରେ ଭୋଟ୍‌ ଗଣତି ହେବ। 

 ଆହୁରି ପଢ଼ନ୍ତୁ:Bihar Election Result: ବିହାର ନିର୍ବାଚନ ଫଳାଫଳ: ଆଗୁଆ ଅଛି ଏନଡିଏ ଆହୁରି ପଢ଼ନ୍ତୁ:Weather: ଦାରିଙ୍ଗବାଡ଼ିରେ ୭ଦିନରେ ୭.୫ଡିଗ୍ରି ସେଲସିୟସ ତାପମାତ୍ରା ହ୍ରାସ