ଭୁବନେଶ୍ବର: ଓଡିଶାରେ ‘ନାସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ଛାତ୍ରଛାତ୍ରୀଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଲୋକସେବା ଭବନରେ ସାକ୍ଷାତ କରି ଏହା ଉପରେ ଆଲୋଚନା କରିଛନ୍ତି।
ବଢୁଥିବା ସାଇବର କ୍ରାଇମ ପରିପ୍ରେକ୍ଷୀରେ ରାଜ୍ୟରେ ଏହିପରି ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ। ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
/sambad/media/media_files/fRcJJFS2XlF6nXEodl8h.jpeg)
ଏହାଦ୍ବାରା ରାଜ୍ୟର ପୋଲିସ ଅଧିକାରୀମାନେ ସାଇବର ସିକ୍ୟୁରିଟି ଉପରେ ପ୍ରଶିକ୍ଷଣ ପାଇବାରେ ସୁବିଧା ହେବା ସହିତ ରାଜ୍ୟରେ ସାଇଣ୍ଟିଫିକ୍ ଅଫିସର ମାନଙ୍କ ଆବଶ୍ୟକତା ପୂରଣ ହେବାରେ ସହାୟକ ହେବ। ଆଲୋଚନା ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି ଦିଲ୍ଲୀର ନିର୍ଦ୍ଦେଶିକାଙ୍କ ସମେତ ଅନ୍ଯାନ୍ଯ ଅଧିକାରୀମାନେ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/Unr8xkrznEQES96RuJMN.jpeg)