ଗଛରେ ପିଟି ହେଲା କାର୍: ଦୁଇ ଭାଇ ମୃତ, ଜଣେ ଗୁରୁତର

ଝରିଗାଁ ଥାନା ଅନ୍ତର୍ଗତ ଝରିଗାଁ-ଡ଼ାବୁଗାଁ ମୁଖ୍ୟ ରାସ୍ତାରେ ଥିବା ଡାଇନିଗୁଡ଼ା ଗ୍ରାମ ନିକଟରେ ରାସ୍ତାକଡ଼ରେ ଥିବା ଗଛରେ ପିଟି ହେବା ଯୋଗୁଁ  ଘଟଣା ସ୍ଥଳରେ ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବା ବେଳେ ସମ୍ପର୍କୀୟ ଭାଇ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

sn

ଝରିଗାଁ: ଝରିଗାଁ ଥାନା ଅନ୍ତର୍ଗତ ଝରିଗାଁ-ଡ଼ାବୁଗାଁ ମୁଖ୍ୟ ରାସ୍ତାରେ ଥିବା ଡାଇନିଗୁଡ଼ା ଗ୍ରାମ ନିକଟରେ ରାସ୍ତାକଡ଼ରେ ଥିବା ଗଛରେ ପିଟି ହେବା ଯୋଗୁଁ  ଘଟଣା ସ୍ଥଳରେ ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବା ବେଳେ ସମ୍ପର୍କୀୟ ଭାଇ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଝରିଗାଁ ସିରାଗୁଡା ସାହିର ଚମ୍ପକ ଲାଲ ଜୈନଙ୍କ ପୁଅ ସାଗର ଜୈନ(୨୧) ସ୍ୱର୍ଗତ ମହାବୀର ଜୈନଙ୍କ ପୁଅ ଅଙ୍କୁର ଜୈନ(୩୦) ଏବଂ ମନମୋହନ ଜୈନଙ୍କ ପୁଅ କ୍ରିସ ଜୈନ(୧୮) ଗତକାଲି ସନ୍ଧ୍ୟାରେ କାର୍ ନମ୍ବର(ଓଡି୦୨ ଏଇ ୮୦୭୩)ରେ କୌଣସି ଏକ କାମରେ ଫୁପୁଗାଁ ରାସ୍ତାରେ ଯାଉଥିଲେ। ତେବେ ଡାଇନିଗୁଡ଼ା ଗ୍ରାମ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ତେନ୍ତୁଳି ଗଛ ଏବଂ ଆମ୍ବ ଗଛ ସହ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ସାଗର ଜୈନ ଏବଂ ଅଙ୍କୁର ଜୈନଙ୍କ ମୃତ୍ୟୁ ହୋଇଥିବା ବେଳେ କ୍ରିସ ଜୈନ ଗୁରୁତର ଆହତ ହୋଇଥିଲେ।

ଝରିଗାଁ ସିରାଗୁଡା ସାହିର ଚମ୍ପକ ଲାଲ ଜୈନଙ୍କ ପୁଅ ସାଗର ଜୈନ(୨୧) ସ୍ୱର୍ଗତ ମହାବୀର ଜୈନଙ୍କ ପୁଅ ଅଙ୍କୁର ଜୈନ(୩୦) ଏବଂ ମନମୋହନ ଜୈନଙ୍କ ପୁଅ କ୍ରିସ ଜୈନ(୧୮) ଗତକାଲି ସନ୍ଧ୍ୟାରେ କାର୍ ନମ୍ବର(ଓଡି୦୨ ଏଇ ୮୦୭୩)ରେ କୌଣସି ଏକ କାମରେ ଫୁପୁଗାଁ ରାସ୍ତାରେ ଯାଉଥିଲେ। ତେବେ ଡାଇନିଗୁଡ଼ା ଗ୍ରାମ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ତେନ୍ତୁଳି ଗଛ ଏବଂ ଆମ୍ବ ଗଛ ସହ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ସାଗର ଜୈନ ଏବଂ ଅଙ୍କୁର ଜୈନଙ୍କ ମୃତ୍ୟୁ ହୋଇଥିବା ବେଳେ କ୍ରିସ ଜୈନ ଗୁରୁତର ଆହତ ହୋଇଥିଲେ।

ଦୁର୍ଘଟଣା ପରେ ଝରିଗାଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସାଗର ଜୈନ ଏବଂ ଅଙ୍କୁର ଜୈନଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ କ୍ରିସ ଜୈନଙ୍କ ସ୍ୱାସ୍ଥ୍ୟଵସ୍ଥା ଗୁରୁତର ଥିବା ଯୋଗୁଁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe