cbi arrested another accused nitsh kumar from bihar Photograph: (sambad.in)
ଭୁବନେଶ୍ବର: ପୁଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି। ଭୁବନେଶ୍ବରର ସିବିଆଇ କାର୍ଯ୍ୟାଳୟରେ ନୀତୀଶ କୁମାରକୁ ଝାଳବୁହା ଜେରା ଚାଲିଛି। ବଛାବଛା ଅଧିକାରୀ ତାକୁ ଜେରା କରୁଛନ୍ତି। ସେ ପ୍ରାୟ ୬୦୦ ପରୀକ୍ଷାର୍ଥୀଙ୍କୁ ଟ୍ରେନିଂ ଦେଇଥିଲା ବୋଲି ଜଣାଯିବା ପରେ ସିବିଆଇ ନୀତୀଶ କୁମାରକୁ ଧରିଥିଲା। ନୀତୀଶଘଟଣାର ମାଷ୍ଟର ମାଇଣ୍ଡ ବିରଞ୍ଚି ନାୟକର ଅନ୍ୟତମ ସହଯୋଗୀ।
ଇତିମଧ୍ୟରେ ସିବିଆଇ ଅଧିକାରୀମାନେ ୪ ଜଣ ଆଶାୟୀ ପରୀକ୍ଷାର୍ଥୀଙ୍କୁ ମାରାଥନ୍ ଜେରା କରିଛନ୍ତି। ସିବିଆଇର ଅଧିକାରୀମାନେ ସେମାନଙ୍କୁ ମୁହାଁମୁହିଁ ଜେରା କରିଥିଲେ। ରୢାକେଟ୍ ସମ୍ପର୍କରେ ସିବିଆଇ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାତେଇଛି। ୮ ଘଣ୍ଟା ଜେରା ପରେ ସିବିଆଇ ସେମାନଙ୍କୁ ଛାଡ଼ିଥିଲା। ତେବେ ସିବିଆଇ ପକ୍ଷରୁ ୧୦ ଜଣଙ୍କୁ ସମନ କରାଯାଇଥିବା ବେଳେ ଆଜି ୪ ଜଣ ହାଜର ହୋଇଥିଲେ। ପରେ ଅନ୍ୟମାନେ ସିବିଆଇରେ ହାଜର ହୋଇଥିଲେ ।
ଆହୁରି ପଢନ୍ତୁ- Next PM Of Bangladesh: ବାଂଲାଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ: ଦୌଡ଼ରେ ୪ ନାମ
ପ୍ରକାଶଥାଉକି, ପୁଲିସ ଏସ୍ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା। ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍ ଟେକ୍ଲାବ୍ ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା। ସିଲିକନ୍ ଏହାକୁ ସବ୍ଲେଟ୍ରେ ବ୍ରହ୍ମପୁରର ପଞ୍ଚସଫ୍ଟକୁ ଦେଇଥିଲା। ସେଣ୍ଟର ତଦାରଖଠାରୁ ଆରମ୍ଭ କରି ପରୀକ୍ଷା ପରିଚାଳନା ପର୍ଯ୍ୟନ୍ତ ସମସ୍ତ ଦାୟିତ୍ବ ପଞ୍ଚସଫ୍ଟକୁ ମିଳିଥିଲା। ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦ୍ଦେଶକ ଶଙ୍କର ପୃଷ୍ଟି କେଳେଙ୍କାରୀ ଯୋଜନା କରିଥିଲେ। ଏହି ଅପରାଧ ସିଣ୍ଡିକେଟ୍ରେ ଦକ୍ଷିଣ ଓଡ଼ିଶାକୁ ମୁନା ମହାନ୍ତି ଓ ଉତ୍ତର ଓଡ଼ିଶାକୁ ଅରବିନ୍ଦ ଦାସ ସମ୍ଭାଳୁଥିଲା।
ଆହୁରି ପଢନ୍ତୁ-India vs South Africa T20I: ବାରବାଟୀରେ ଭାରତର ବଡ଼ ବିଜୟ, ୭୪ ରନ୍ରେ ଦକ୍ଷିଣ ଆଫ୍ରିକା ଅଲ୍ଆଉଟ୍
୩ ଦଲାଲଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଥିଲା
ଏମାନଙ୍କ ଅଧୀନରେ ୧୦ ଜଣ ଲେଖାଏଁ ଏଜେଣ୍ଟ ଥିଲେ। ସେମାନେ ଆଶାୟୀ ପ୍ରାର୍ଥୀଙ୍କୁ ଯୋଗାଡ଼ କରୁଥିଲେ। ଆଶାୟୀଙ୍କଠାରୁ ମୁନା ଆଗୁଆ ମୂଳ ପ୍ରମାଣପତ୍ର ହାତେଇବା ସହ ଶଙ୍କର ସହ ଯୋଗାଯୋଗ କରି ଏହାକୁ ସେ ହାଇଦ୍ରାବାଦ ସଂସ୍ଥା ପାଖକୁ ପଠାଉଥିଲା। ମୁନା ୧୧୪ ଜଣ ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଆଦାୟ ପରେ ସେମାନଙ୍କୁ ହାଇଦ୍ରାବାଦର ଏକ ସଂସ୍ଥାରେ ପ୍ରଶ୍ନପତ୍ର ସମ୍ପର୍କରେ ତାଲିମ ଦେଇଥାନ୍ତା। ଯୋଜନା ମୁତାବକ ଆଶାୟୀମାନେ ପ୍ରଥମେ ଭୁବନେଶ୍ବରର ବିଭିନ୍ନ ହୋଟେଲରେ ରହିଥିଲେ। ଅକ୍ଟୋବର ୨୯ ତାରିଖରେ ଖଣ୍ଡଗିରିରୁ ୧୧୪ ଆଶାୟୀଙ୍କୁ ବସ୍ରେ ବିଜୟନଗରମ୍କୁ ନିଆଯାଇଥିଲା। ଗତ ଅକ୍ଟୋବର ୩୦ ତାରିଖରେ ବ୍ରହ୍ମପୁର ପୁଲିସ ଏହି ବସ୍ଗୁଡ଼ିକୁ ଜବତ କରିବା ସହ ୧୧୪ ଆଶାୟୀ ଓ ୩ ଦଲାଲଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଥିଲା। ଏହା ପରେ ଆହୁରି ୧୧୦ ଆଶାୟୀ ପ୍ରାର୍ଥୀ ଫେରାର ହୋଇ ଯାଇଥିଲେ।
Follow Us