ଭୁବନେଶ୍ବର: କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ସମସ୍ତ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ଚମ୍ପୁଆରେ ଘଟିଥିବା ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ସମସ୍ତ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଦୋଳିତା ଛକ ନିକଟରେ ଆଜି ଭୋର୍ ୫ଟା ବେଳେ ଏକ ଆଇରନ ବୋଝେଇ ଟ୍ରକ ଧକ୍କାରେ ତିନିଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ମିଳିଥିବା ସୂଚନା ଅନୁସାରେ ସାନନଈ ଗ୍ରାମର ବାପା ଅଇବନ ପ୍ରଧାନ, ମା ମଥାମଣି ପ୍ରଧାନ ଓ ପୁଅ ମଙ୍ଗଲ ପ୍ରଧାନ ଏକ ବାଇକ୍ ଯୋଗେ ଝିଅଘର ଦୋଲିତ।କୁ ଯାଉଥିବା ବେଳେ ୨୦ ନମ୍ବର ଜାତୀୟ ରାଜପଥର ଡୋଳିତା ଛକ ନିକଟରେ ରିମୁଳି ପଟୁ ଆସୁଥିବା ଏକ ଆଇରନ ବୋଝେଇ ଟ୍ରକ୍ ଦେଇଥିଲା । ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ବାପା ଅଇବନଙ୍କ ମୃତ୍ୟୁ ହୋଇଥିବା ବେଳେ ମାଆଙ୍କ ଚମ୍ପୁଆ ଡ଼ାକ୍ତରଖାନ।ରେ ମୃତ୍ୟୁ ହୋଇଥିଲା। ଠିକ୍ ସେହିପରି ପୁଅ ମଙ୍ଗଲଙ୍କ କେନ୍ଦୁଝର ଡାକ୍ତରଖାନ।ରେ ମୃତ୍ୟୁ ହୋଇଥିଲା।