ଫସଲ କ୍ଷୟକ୍ଷତିର ଆକଳନ ଲାଗି ରଣପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୟାଗଡ଼ ଜିଲ୍ଲା ଗସ୍ତ କରି ରଣପୁର ବ୍ଲକର କାଣ୍ଡପଡ଼ା ପଞ୍ଚାୟତରେ ପହଞ୍ଚି ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ବାଚସ୍ପତି ସୁରମା ପାଢ଼ୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି।

ୀଯିସ

ଭୁବନେଶ୍ବର: ରାଜ୍ୟରେ ଗତ ୨୦ ତାରିଖ ଠାରୁ ୨୮ ତାରିଖ ମଧ୍ୟରେ ବର୍ଷା ଯୋଗୁଁ  ଫସଲ କ୍ଷୟକ୍ଷତିର ଆକଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୟାଗଡ଼ ଜିଲ୍ଲା ଗସ୍ତ କରିଛନ୍ତି। ସେ ରଣପୁର ବ୍ଲକର କାଣ୍ଡପଡ଼ା ପଞ୍ଚାୟତରେ ପହଞ୍ଚି ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ଚାଷୀମାନେ ନିଜ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇ ଉଲ୍ଲସିତ ଥିବାର ଦେଖିବାକୁ ମିଳିଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ଥାନୀୟ ବିଧାୟକ ତଥା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ଚାଷୀଙ୍କ ସହ ରାଜ୍ୟ ସରକାର ଅଛନ୍ତି ଏବଂ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଆଯିବାର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ପ୍ରମୁଖ ଏକ ଚାଷୀ ସମାବେଶରେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ଥାନୀୟ ବିଧାୟକ ତଥା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ଚାଷୀଙ୍କ ସହ ରାଜ୍ୟ ସରକାର ଅଛନ୍ତି ଏବଂ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଆଯିବାର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ପ୍ରମୁଖ ଏକ ଚାଷୀ ସମାବେଶରେ ଯୋଗ ଦେବେ।ଚାଷୀମାନେ ନିଜ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇ ଉଲ୍ଲସିତ ଥିବାର ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଞ୍ଜାମ, ଗଜପତିନୟାଗଡ଼ ଜିଲ୍ଲା ଗସ୍ତରେ ଯାଇ କ୍ଷତିଗ୍ରସ୍ତ ଧାନ କ୍ଷେତ ବୁଲିବେ ଏବଂ ଚାଷୀ ଓ ସ୍ଥାନୀୟ ପ୍ରଶାସନ ସହିତ ଆଲୋଚନା କରିବେ। ସେ ନୟାଗଡ଼ର ରଣପୁର, ଗଜପତିର ଗୋଷାଣୀ ବ୍ଲକ ଗଞ୍ଜାମର ରଙ୍ଗେଇଲୁଣ୍ଡା ଓ ଛତ୍ରପୁର ବ୍ଲକ ଗସ୍ତ କରିବେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ସମ୍ମିଳନୀରେ କହିଥିଲେ, ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖଠାରୁରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ। ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛି। କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe