ଭୁବନେଶ୍ବର: କ୍ୟାପିଟାଲ୍ ହସ୍ପିଟାଲରେ ଜଣେ ଶିଶୁର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ମୃତ ଶିଶୁର ବାପା ଜଣେ ଅଟୋ ଡ୍ରାଇଭର। ଶିଶୁର ମୃତ୍ୟୁ ପରେ ପରେ ପରିବାର ବର୍ଗଙ୍କ ଦୁଖରେ ସାମିଲ ହୋଇଛନ୍ତି ସ୍ମାର୍ଟ ଅନଲାଇନ ଅଟୋ ସଂଘ। ରାସ୍ତାରେ ଅଟୋ ରଖି କରୁଛନ୍ତି ଆନ୍ଦୋଳନ। ବିମାନବନ୍ଦର ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ରାସ୍ତା ଅବରୋଧ ହୋଇଛି। ତେଣେ ଚିକିତ୍ସା ଅଭାବରୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ଏହି ପ୍ରତିବାଦ ସମୟରେ ପୁଲିସ ଅଟୋ ଚାଳକଙ୍କୁ ବାଡେଇବାରୁ ଉତ୍ତେଜନା ପ୍ରକାଶ ପାଇଥିଲା।
କ୍ୟାପିଟାଲ୍ ହସ୍ପିଟାଲରେ ଜଣେ ଶିଶୁର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ଏଣେ ଶିଶୁ ମୃତ୍ୟୁ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଛି। ଏକ ସ୍ବତନ୍ତ୍ର କମିଟି କରିବ ତଦନ୍ତ। ଶବ ବ୍ୟବଛେଦ ପରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି କହିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/09/22/new-project-4-2025-09-22-13-47-10.jpg)