ଭୁବନେଶ୍ବର: ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠାରୁ ଦୁଇଦିନିଆ ଗସ୍ତରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି। ଏଥିପାଇଁ ତାଙ୍କର ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି ।
ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠାରୁ ଦୁଇଦିନିଆ ଗସ୍ତରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି। ଏଥିପାଇଁ ତାଙ୍କର ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ତେଣେ ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି।
ତେଣେ ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ। ଏଗସ୍ତ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଥିଲା। ଏହି ଅବସରରେ ମହାମହିମ ରାଷ୍ଟ୍ରପତିଙ୍କ ସହ ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମର ଦୃଷ୍ଟିକୋଣ ଇତ୍ୟାଦି ବିଷୟରେ ଆଲୋଚନା କରିଥିଲେ। କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ ଖଟ୍ଟର ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲି। କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲି। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା ହୋଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/UPFANZAcJGkmgO1PUXTB.jpg)