ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ ଓଡ଼ିଶାର ମୁଖ୍ୟଶାସନ ସଚିବ ଦାୟିତ୍ବରେ ରହିବେ ଶ୍ରୀ ଆହୁଜା।

Manoj Ahuja

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ ଓଡ଼ିଶାର ମୁଖ୍ୟଶାସନ ସଚିବ ଦାୟିତ୍ବରେ ରହିବେ ଶ୍ରୀ ଆହୁଜା।

କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରି ମୁଖ୍ୟଶାସନ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ସେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ।  କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ସୂଚନାଯୋଗ୍ୟ, କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରି ମୁଖ୍ୟ ଶାସନ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ସେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ।  କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ଶ୍ରୀ ଆହୁଜା ପରବର୍ତ୍ତୀ ମୁଖ୍ୟଶାସନ ସଚିବ ହୋଇ କାର୍ଯ୍ୟ କରୁଛନ୍ତି।  ମନୋଜ ଆହୁଜା ଆସନ୍ତା ‌ଡିସେମ୍ବର ମାସରେ ଅବସର ନେବାର ଥିଲା। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe