ଯାଜପୁରରେ ଡାଇରିଆ ବ୍ୟାପୁଛି: ପୁଣି ଚିନ୍ତା ବଢ଼ାଇଲାଣି କଲେରା

Advertisment

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ଥିବା ବେଳେ କଲେରା ସଂକ୍ରମଣ ପୁଣି ଚିନ୍ତା ବଢ଼ାଇଛି। କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ୪୧ଟି ନମୁନାରୁ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି।

ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ଥିବା ବେଳେ କଲେରା ସଂକ୍ରମଣ ପୁଣି ଚିନ୍ତା ବଢ଼ାଇଛି। କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ୪୧ଟି ନମୁନାରୁ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି।

Jajpur cholera

Jajpur cholera Photograph: (sambad.in)

ଯାଜପୁର: ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ଥିବା ବେଳେ କଲେରା ସଂକ୍ରମଣ ପୁଣି ଚିନ୍ତା ବଢ଼ାଇଛି। କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ସନ୍ଦେହ ପ୍ରକଟ ହେବାରୁ ୪୧ଟି ନମୁନା ପରୀକ୍ଷା କରାଯାଇଥିଲା। ଏଥିରୁ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ଏହା ସହ ଜିଲ୍ଲାର ଚାରୋଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୭୦୦ ଛୁଇଁଛି। 

ଯାଜପୁରରେ ସଂଗୃହିତ ୪୧ଟି ନମୁନା ମଧ୍ୟରୁ ୮ଟି କଲେରା ପଜିଟିଭ୍ ବୋଲି ନିଶ୍ଚିତ ହୋଇଛି। ବ୍ୟାପକ ସଚେତନତା,  ପ୍ରାରମ୍ଭିକ ଚିହ୍ନଟ ଏବଂ ଚିକିତ୍ସା ଯୋଗୁଁ ପରିସ୍ଥିତି ନିୟନ୍ତ୍ରଣରେ ଅଛି।

-ଡାକ୍ତର ନୀଳକଣ୍ଠ ମିଶ୍ର, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ, ଓଡ଼ିଶା ସରକାର


କଲେରା ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆପ୍ରାଣ ଚେଷ୍ଟା କରୁଛି। ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ) କହିଛନ୍ତି ଯେ, ସ୍ଥିତି ଧୀରେଧୀରେ ସୁଧୁରୁଛି ଏବଂ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ପରିଷ୍କାର ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ଶିକ୍ଷା, ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିଛି।

ଓଡ଼ିଶା ସରକାର ବର୍ଷାକାଳୀନ ରୋଗ ଯେପରିକି ହଇଜା, ଡାଇରିଆ, ଜଣ୍ଡିସ୍, ମ୍ୟାଲେରିଆ ଏବଂ ଡେଙ୍ଗୁକୁ ରୋକିବା ଏବଂ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ତ୍ୱରାନ୍ୱିତ କରିଛନ୍ତି। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଅଧିକାରୀମାନେ ଜଳବାହିତ ରୋଗର ବୃଦ୍ଧି ପାଉଥିବା ମାମଲାଗୁଡ଼ିକର ମୁକାବିଲା ପାଇଁ ରଣନୀତି ଉପରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ଜିଲ୍ଲାପାଳ ପି ଅନ୍ବେଷା ରେଡ୍ଡୀ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିରେ କୁହାଯାଇଛି ଯେ, ଜୁନ ୧୪ରୁ ୧୬ ତାରିଖ ଯାଏଁ ତିନିଦିନ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ଖୋଲା ରହିବ। ଏହି ସମୟରେ କୌଣସି କର୍ମଚାରୀଙ୍କୁ ଛୁଟି ପାଇଁ ଅନୁମତି ଦିଆଯିବ ନାହିଁ। ଏଥି ସହିତ ପୂର୍ବରୁ ଦିଆଯାଇଥିବା ଛୁଟି ମଧ୍ୟ ବାତିଲ କରାଯାଇଛି। ଯାଜପୁର ଜିଲ୍ଲାରେ ଗୁରୁବାର ସୁଦ୍ଧା ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨୨ ବୃଦ୍ଧି ପାଇ ଥିବାବେଳେ ଡାଇରିଆଜନିତ ମୃତ୍ୟୁସଂଖ୍ୟା ୧୧ ଛୁଇଁଛି।

Jajpur

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe