ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ୮୯୦ କୋଟି ଟଙ୍କା ମୂଲ୍ୟରେ ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ, ସେତୁ ନିର୍ମାଣ, ସଡକ ନିର୍ମାଣ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି।

Tusra

ଭୁବନେଶ୍ୱର/ଦେଓଗାଁ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯାଇ ବେଲପଡା ଓ ପାଟଣାଗଡ ଠାରେ ବଲାଙ୍ଗୀର ଜିଲ୍ଲା ପାଇଁ ୮୯୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଉଦ୍‌ଘାଟନ କରିଛନ୍ତି। ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ ପ୍ରକଳ୍ପ, ସେତୁ ନିର୍ମାଣ ପ୍ରକଳ୍ପ, ସଡକ ନିର୍ମାଣ ପ୍ରକଳ୍ପ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ବେଲପଡା ଓ ପାଟଣାଗଡରେ ଏଥି ପାଇଁ ଆୟୋଜିତ ଦୁଇଟି ଜନସଭାରେ ଉଦ୍‌ବୋଧନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ତୁଷୁରା ଏୟାରଷ୍ଟ୍ରିପ ଠାରେ ୬୫ କୋଟି ଟଙ୍କା ବ୍ୟୟରେ ୧୩୩୦ ମିଟର ଏୟାରଷ୍ଟ୍ରିପ ରନୱେର ଉନ୍ନତୀକରଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଉନ୍ନତୀକରଣ ପରେ ଏହି ଏୟାରଷ୍ଟ୍ରିପ ୨-ବି ବର୍ଗରେ ଅନ୍ତର୍ଭୁକ୍ତ ହେବ ଏବଂ ଏହା ଦ୍ବାରା ବଲାଙ୍ଗୀର ଓ ଭୁବନେଶ୍ବର ମଧ୍ୟରେ ସିଧାସଳଖ ବିମାନ ଯାତ୍ରା ସମ୍ଭବ ହୋଇ ପାରିବ ଏବଂ ଏହା ଜିଲ୍ଲାର ବିକାଶକୁ ଆହୁରି ଗତିଶୀଳ କରିବ। 

ବଲାଙ୍ଗୀର ଜିଲ୍ଲା ହେଉଛି ପଶ୍ଚିମ ଓଡିଶାର ପ୍ରାଣକେନ୍ଦ୍ର। ଗତ ୭୫ ବର୍ଷରେ ହୋଇଥିବା ଅନ୍ୟାୟ ଓ ବିକାଶର ଅସମାନତାକୁ ଦୂର କରିବା ପାଇଁ ଆମ ସରକାର ବଦ୍ଧପରିକର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଦାୟିତ୍ବ ନେବା ପରେ ଖୋର୍ଦ୍ଧା–ବଲାଙ୍ଗୀର ରେଳ ପ୍ରକଳ୍ପ କାର୍ଯ୍ୟ ଦ୍ରୁତବେଗରେ ଆଗେଇ ଚାଲିଛି। ଖୁବ୍ ଶୀଘ୍ର ସୋନପୁରରୁ ପୁରୁଣା କଟକ ପର୍ଯ୍ୟନ୍ତ ୭୩ କିଲୋମିଟର ରେଳ ଲାଇନ୍ କାମ ସମ୍ପୂର୍ଣ୍ଣ ହେବ ଏବଂ ବହୁ ପ୍ରତିକ୍ଷିତ ଖୋର୍ଦ୍ଧା – ବଲାଙ୍ଗୀର ମଧ୍ୟରେ ରେଳ ଚାଲିବ।  

‌-ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ 

କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲୋକ୍ଟ୍ରୋନିକସ ଓ ଆଇଟି ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହ ଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଏବଂ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲବାର ପ୍ରମୁଖ ଉପସ୍ଥିତ ରହି ଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe