ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।
ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।
ସୂଚନାଯେଗ୍ୟ, ବିଜେଡି ନେତା ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କୁ ନବ ଦାସଙ୍କ ପରିବାର ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୀର୍ଘ ସମୟ ଆଲୋଚନା ପରେ ନବ ଦାସଙ୍କ ଝିଅ ଦୀପାଳି ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ସିବିଆଇ ତଦନ୍ତ ପାଇଁ ପରିବାର ତରଫରୁ ଅନୁରୋଧ କରାଯାଇଛି। ଏହାସହ ବାପାଙ୍କ ହତ୍ୟା ପରେ ଆମ ପରିବାର ଅସୁରକ୍ଷିତ ଅନୁଭବ କରୁଛି। ତେଣୁ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛୁ।
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ସମୟରେ ନବ ଦାସଙ୍କ ପରିବାର ତରଫରୁ ତାଙ୍କର ପତ୍ନୀ ମୀନତି ଦାସ, ପୂର୍ବତନ ବିଧାୟକ ଦୀପାଳି ଦାସ ଓ ପୁଅ ବିଶାଳ ଦାସ ଉପସ୍ଥିତ ଥିଲେ। ସେହିପରି ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ପୁଲିସ ଡିଜି ୱାଇ.ବି ଖୁରାନିଆ, କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/03/19/ymdwz82eO56DNvYOAmFh.jpg)