‘ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। 

ଅଦ୍ୟତନ ହୋଇଛି
Mohan Charan Majhi

Mohan Charan Majhi Photograph: (sambad.in)

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। 

ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ। ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ।
ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ  ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ସୂଚନାଯେଗ୍ୟ, ବିଜେଡି ନେତା ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କୁ ନବ ଦାସଙ୍କ ପରିବାର ଭେଟିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୀର୍ଘ ସମୟ ଆଲୋଚନା ପରେ ନବ ଦାସଙ୍କ ଝିଅ ଦୀପାଳି ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ସିବିଆଇ ତଦନ୍ତ ପାଇଁ ପରିବାର ତରଫରୁ ଅନୁରୋଧ କରାଯାଇଛି। ଏହାସହ ବାପାଙ୍କ  ହତ୍ୟା ପରେ ଆମ ପରିବାର ଅସୁରକ୍ଷିତ ଅନୁଭବ କରୁଛି। ତେଣୁ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛୁ। 

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ସମୟରେ ନବ ଦାସଙ୍କ ପରିବାର ତରଫରୁ ତାଙ୍କର ପତ୍ନୀ ମୀନତି ଦାସ, ପୂର୍ବତନ ବିଧାୟକ ଦୀପାଳି ଦାସ ଓ ପୁଅ ବିଶାଳ ଦାସ ଉପସ୍ଥିତ ଥିଲେ। ସେହିପରି ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ପୁଲିସ ଡିଜି ୱାଇ.ବି ଖୁରାନିଆ, କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe