ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ: ୧୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisment

ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡ଼ାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡ଼ାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

Mohan Charan Majhi, CM Odisha
ଭୁବନେଶ୍ୱର/ଭଦ୍ରକ: ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡ଼ାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ଘଟଣାରେ ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାସହିତ ସଂପୃକ୍ତ ଯୁବକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ତିହିଡି ବ୍ଲକର କଷଟି ଗ୍ରାମର ଗୋ ମାଫିଆଙ୍କ ଆକ୍ରମଣର ଶିକାର ହୋଇ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ସନ୍ତୋଷ ପରିଡ଼ା (୪୬)ଙ୍କ ମୃତ ଘଟିଥିଲା। ଦୀର୍ଘ ୧୩ ଦିନ ଧରି ମେଡ଼ିକାଲରେ ଚିକିତ୍ସିତ ହେବାପରେ ଆଜି ଦିନ ଦୁଇଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଖବର ପ୍ରଚାରିତ ହୋଇଥିଲା। ଏହି ଆକ୍ରମଣ ଘଟଣାରେ ୧୨ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଏହି ଘଟଣାରେ ଆହୁରି ଅନେକ ଲୋକଙ୍କ ସଂପୃକ୍ତି ରହିଥିବା ନେଇ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ କରି ଦାବି କରାଯାଇଛି। ମୃତକଙ୍କ ପରିବାରକୁ ସହାୟତା ଦେବା ସହ ଏହି ଅଞ୍ଚଳରେ ହିନ୍ଦୁ ସୁରକ୍ଷିତ ନୁହେଁ। ହିନ୍ଦୁଙ୍କୁ ସୁରକ୍ଷା ଦିଆଯାଉ ବୋଲି ପରିଷଦ ପକ୍ଷରୁ ଦାବି କରାଯାଇଛି। ଘଟଣାରେ ୧୨ ଜଣ ଆକ୍ରମଣକାରୀ ନୁହେଁ, ୬୦ରୁ ଊର୍ଦ୍ଧ୍ବ ଆକ୍ରମଣକାରୀ ଗିରଫ ହେବା ଉଚିତ୍। ବେଆଇନ ଗୋ ଚାଲାଣ ଘଟଣାକୁ ବିରୋଧ କରିବାରୁ ତାଙ୍କୁ ଏଭଳି ଆକ୍ରମଣ କରାଯାଇଥିଲା। ସମସ୍ତ ଆକ୍ରମଣକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବା ପର୍ଯୁନ୍ତ ସମସ୍ତ ସନାତନୀ ହିଦୁ ଆନ୍ଦୋଳନକୁ ଉହ୍ଲାଇବେ ବୋଲି ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।  
Bhadrak 
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe