ଭୁବନେଶ୍ବର: ତୃଣମୂଳ ସ୍ତରରେ ସରକାରୀ ବ୍ୟବସ୍ଥାକୁ ପରଖିବା ପାଇଁ ମୋହନ ମାଝୀ ସରକାର ନିଜର ମନ୍ତ୍ରୀମାନଙ୍କୁ ଜିଲ୍ଲା ଦାୟିତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ବ ଦେଇଛନ୍ତି। ଏହି କ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କଟକଜଗତସିଂହପୁର ଜିଲ୍ଲା ଦାୟିତ୍ବ ମିଳିଥିବା ବେଳେ ପ୍ରଭାତୀ ପରିଡ଼ାଙ୍କ ହାତରେ ରହିଛି ବାଲେଶ୍ବର ଓ ଭଦ୍ରକ। 

Advertisment

ଏହି ଖବର ପଢ଼ନ୍ତୁ: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ଼ ଓ ଦେବଗଡ଼ ଦାୟିତ୍ବ ଦେଇଥିବା ବ‌େଳେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ପାଇଁ ବଲାଙ୍ଗୀରସୁବର୍ଣ୍ଣପୁର ଛାଡ଼ିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମୟୂରଭଂଜ ଓ କେନ୍ଦୁଝର, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ସମ୍ବଲପୁରଅନୁଗୁଳ, ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଗଂଜାମ ଓ ଗଜପତି, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଝାରସୁଗୁଡ଼ା ଓ ବରଗଡ଼ ଦାୟିତ୍ବ ଦେଇଛନ୍ତି। 

ଏହି ଖବର ପଢ଼ନ୍ତୁ: ବିଜେଡିର ପ୍ରତିଷ୍ଠା ଦିବସ: ଯୁବନେତ୍ରୀଙ୍କୁ ଚାପୁଡ଼ା, ଭଂଜନଗରରେ ଦଳ ଛାଡ଼ିଲେ ନେତା

ସେହିପରି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ନବରଂଗପୁର ଓ ରାୟଗଡ଼ା, ନଗରଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ କନ୍ଧମାଳ ଓ ବୌଦ୍ଧ ଦାୟିତ୍ବ ମିଳିଥିବା ବେଳେ ଜଙ୍ଗଲ ଓ ପରିବଶେ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଦାୟିତ୍ବ ଦେଇଛନ୍ତି। କ୍ରୀଡ଼ା ଓ ଯୁବ ସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଯାଜପୁର ଓ କେନ୍ଦ୍ରାପଡ଼ା ଦାୟିତ୍ବ ମିଳିଥିବା ବେଳେ ହସ୍ତତନ୍ତ ଓ ବୟନ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କୁ ଖୋର୍ଦ୍ଧା ଓ ନୟାଗଡ଼ର ଦାୟିତ୍ବ ମିଳିଛି। 

ଏହି ଖବର ପଢ଼ନ୍ତୁ: କାନପୁରରୁ ୟୁରୋପ ଯିବ ଏହି ବନ୍ଧୁକ

ଅନ୍ୟପଟରେ ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ କୋରାପୁଟ ଓ ମାଲକାନଗିରି ଦାୟିତ୍ବ ମିଳିଛି। ଶିଳ୍ପମନ୍ତ୍ରୀ ସଂପଦ ଚରଣ ସ୍ବାଇଁଙ୍କୁ ଶ୍ରୀ ମାଝୀ‌ ‌‌ଢେଙ୍କାନାଳପୁରୀ ଜିଲ୍ଲା ଦାୟିତ୍ବ ଦେଇଛନ୍ତି। 

ଏହି ଖବର ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ