ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟଜିଲ୍ଲା ଗସ୍ତ ଅବସରରେ ସହିଦ୍ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ନୂତନ କୋଠା ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ୍ ବୟୋ ବନ୍ଦନା ଯୋଜନା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ସ୍ୱାସ୍ଥ୍ୟ ସେବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Advertisment

ଖୁବ ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ଓ ଅନ୍ୟାନ୍ୟ ପଦବି ପୂରଣ ହେବ। ଚିକିତ୍ସା ପାଇଁ ଆଉ କୋରାପୁଟବାସୀଙ୍କୁ ଦୂର ଦୂରାନ୍ତକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟର ନିରନ୍ତର ବିକାଶ ଧାରାରେ କୋରାପୁଟ ଜିଲ୍ଲା ଯୋଡ଼ି ହୋଇଯାଇଛି।

-‌ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

KPT

ଦୁଇଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୨୮୦ କୋଟି ଟଙ୍କାରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ କୋଠାର ଉଦ୍‌ଘାଟନ କରିବା ଅବସରରେ କହିଛନ୍ତି, ଖୁବ ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ଓ ଅନ୍ୟାନ୍ୟ ପଦବି ପୂରଣ ହେବ। ଚିକିତ୍ସା ପାଇଁ ଆଉ କୋରାପୁଟବାସୀଙ୍କୁ ଦୂର ଦୂରାନ୍ତକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟର ନିରନ୍ତର ବିକାଶ ଧାରାରେ କୋରାପୁଟ ଜିଲ୍ଲା ଯୋଡ଼ି ହୋଇଯାଇଛି। ଆଗାମୀ ଦିନରେ ରାଜ୍ୟ ସରକାର ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମଧ୍ୟ ମେଡିକାଲ କଲେଜ ହେବ ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଜୟପୁର-ବ୍ରହ୍ମପୁର-ଭୁବନେଶ୍ବର ଇକୋନମିକ୍‌ କରିଡର ୬ ଲେନ୍‌ ହେବ। 

 Health | CM Mohan Charan Majhi