ନୂଆଦିଲ୍ଲୀରେ ଗୃହମନ୍ତ୍ରୀ-ଜଳ ଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନେଇ ସୂଚନା ପ୍ରଦାନ କରିଛନ୍ତି।

shah and mohan

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ସେହିପରି ମୁଖ୍ୟମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାନଦୀ ଜଳ ସମସ୍ୟା ଏବଂ ଏହାର ନିରପେକ୍ଷ ଓ ନ୍ୟାୟସଙ୍ଗତ ସମାଧାନ ବିଷୟରେ ଆଲୋଚନା କରିଛନ୍ତି। ଏହାସହ ଶ୍ରୀ ପାଟିଲଙ୍କୁ 'ଭିଜନ ଓଡ଼ିଶା ୨୦୩୬। ୨୦୪୭' ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ପାର୍ଲାମେଣ୍ଟ ପରିସରରେ ରାଜ୍ୟର ବିଜେପି ସାଂସଦମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ସାକ୍ଷାତରେ ଏମପି ଅନନ୍ତ ନାଏକ, ସମ୍ବିତ ପାତ୍ର ଏବଂ ନବଚରଣ ମାଝୀ ଉପସ୍ଥିତ ଥିଲେ ବୋଲି ସୂଚନା ମିଳିଛି। ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ସାକ୍ଷାତର ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ଜଣାଇଛନ୍ତି। ତେବେ ଏହି ଭେଟ ଓଡ଼ିଶାର ରାଜନୈତିକ ମହଲରେ ଆଲୋଚନାର ବିଷୟ ହୋଇଛି।

CM Mohan Charan Majhi

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe