ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଡାକ୍ତରଖାନାରେ ଭେଟିଛନ୍ତି। ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଛନ୍ତି।

Biswabhusan

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାରତ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଭେଟିଛନ୍ତି। ସେଠାରେ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe