ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି (ସୋମବାର) ଦିଲ୍ଲୀ ଗସ୍ତରେ ଯିବେ। ଶ୍ରୀ ମାଝୀଙ୍କର ଏହା ହେବ ଦୁଇ ଦିନିଆ ଗସ୍ତ। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସେ ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ। ଏଗସ୍ତ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଛି। ଏହି ଅବସରରେ ମହାମହିମ ରାଷ୍ଟ୍ରପତିଙ୍କ ସହ ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମର ଦୃଷ୍ଟିକୋଣ ଇତ୍ୟାଦି ବିଷୟରେ ଆଲୋଚନା କରିଛି। କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ ଖଟ୍ଟର ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛି। କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛି। ଏହି ଅବସରରେ ଓଡ଼ିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଏବଂ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା ହୋଇଛି।
CM Mohan Charan Majhi | delhi
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/01/07/mohan-charan-majhi-vedio.jpg)