ଭୁବନେଶ୍ବର: ରାଜ୍ୟରେ ଗତ ୨୦ ତାରିଖ ଠାରୁ ୨୮ ତାରିଖ ମଧ୍ୟରେ ବର୍ଷା ଯୋଗୁଁ  ଫସଲ କ୍ଷୟକ୍ଷତି ହୋଇଛି। ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଞ୍ଜାମ, ଗଜପତିନୟାଗଡ଼ ଜିଲ୍ଲା ଗସ୍ତରେ ଯାଇ କ୍ଷତିଗ୍ରସ୍ତ ଧାନ ‌କ୍ଷେତ ବୁଲିବେ ଏବଂ ଚାଷୀ ଓ ସ୍ଥାନୀୟ ପ୍ରଶାସନ ସହିତ ଆଲୋଚନା କରିବେ। ସେ ନୟାଗଡ଼ର ରଣପୁର, ଗଜପତିର ଗୋଷାଣୀ ବ୍ଲକ ଗଞ୍ଜାମର ରଙ୍ଗେଇଲୁଣ୍ଡା ଓ ଛତ୍ରପୁର ବ୍ଲକ ଗସ୍ତ କରିବେ। 

Advertisment

ଏହି ଖବର ପଢ଼ନ୍ତୁ: ମନ୍ତ୍ରୀଙ୍କୁ ୩୦ ଜିଲ୍ଲାର ଦାୟିତ୍ବ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କଟକ ଏବଂ ଜଗତସିଂହପୁର, ପ୍ରଭାତୀ ପରିଡ଼ା ଭଦ୍ରକ ଓ ବାଲେଶ୍ବର, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ରାପଡ଼ା ଓ ଯାଜପୁର ଏବଂ ବୟନମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଖୋର୍ଦ୍ଧା ଜିଲ୍ଲା ବୁଲିବେ।

ଏହି ଖବର ପଢ଼ନ୍ତୁ: ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ବିଗତ ଦିନରେ ବର୍ଷା ଯୋଗୁଁ ଚାଷୀମାନେ ବ୍ୟାପକ ଫସଲ ହାନୀର ଶିକାର ହୋଇଛନ୍ତି। ଅମଳ ପୂର୍ବରୁ କ୍ଷେତରେ ଥିବା ଧାନ ଗଜା ହୋଇଛି। ଚାଷୀ କିପରି ଋଣ ପରିଷୋଧ କରିବେ ସେନେଇ ଚିନ୍ତିତ ଅଛନ୍ତି।

ଏହି ଖବର ପଢ଼ନ୍ତୁ: ୭୫କିମି ଦୂରରେ ବସବାସ କରନ୍ତି ବୈପାରୀଗୁଡ଼ା ବ୍ଲକ୍‌ର ଏହି ଗାଁର ଲୋକେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖଠାରୁରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ। ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛି। କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ଏହି ଖବର ପଢ଼ନ୍ତୁ: ଭୁବନେଶ୍ବରରେ ସିରିଜ ଦୁର୍ଘଟଣା: ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି