୫ ଲକ୍ଷ ଜମାକାରୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀମାନେ ଅର୍ଥ ଫେରସ୍ତ ପାଇବେ। ଏଥି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ ପାଇଁ ମୋହନ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡ଼ିଛି।

Chit fund

ଭୁବନେଶ୍ୱର: ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀମାନେ ଅର୍ଥ ଫେରସ୍ତ ପାଇବେ। ଏଥି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ ପାଇଁ ମୋହନ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲାସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। 

ଏତଦ୍‌ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି। ଆସନ୍ତା ୩-୪ ମାସ ମଧ୍ୟରେ ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। 

ଏଠାରେ ସୂଚାଇ ଦିଆଯାଇ ପାରେ ଯେ, ୨୦୧୪ରୁ ୨୦୨୪ ମସିହା ମଧ୍ୟରେ ଦୀର୍ଘ ୧୦ ବର୍ଷ ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା ଫେରସ୍ତ କରାଯାଇଥିଲା।

chit fund | CM Mohan Charan Majhi

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe