ଦେହରେ ନିଆଁ ଲଗାଇ ଦେଲେ କଲେଜ ଛାତ୍ରୀ; ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି

ବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟରେ ଆଜି ଅପରାହ୍‌ଣରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କଲେଜର ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି।

New Project (6)

ବାଲେଶ୍ୱର: ବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟରେ ଆଜି ଅପରାହ୍‌ଣରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କଲେଜର ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି। ଘଟଣାସ୍ଥଳରେ ଥିବା ଛାତ୍ରଛାତ୍ରୀ ଓ କଲେଜ କର୍ମଚାରୀ ତାଙ୍କୁ ଗୁରୁତର ଭାବେ ଉଦ୍ଧାର କରିଛନ୍ତି। ଗୁରୁତର ଛାତ୍ରୀଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ତାଙ୍କର ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିବାର ସୂଚନା ମିଳିଛି।

ସୂଚନା ଅନୁସାରେ ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ । କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି ମାମଲାର କୌଣସି ଦୃଷ୍ଟାନ୍ତମୂଳକ ସମାଧାନ ପାଇଁ ମଧ୍ୟ ଉଦ୍ୟମ କରାଯାଇନଥିଲା। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ।

ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ଜଣକ ୧୨ ଦିନ ହେଲା ମାନସିକ ଚାପରେ ଥିଲେ। 

କଲେଜ ଅଧ୍ୟାପକ ଛାତ୍ରୀଙ୍କୁ ଦୁର୍ବବ୍ୟବହାର କରୁଥିବା ନେଇ ସେ କଲେଜ ଅଧ୍ୟକ୍ଷକଙ୍କ ପାଖରେ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପାଇଁ କଲେଜ କର୍ତ୍ତୃପକ୍ଷ ଏକ ଇଣ୍ଟରନାଲ କମିଟି ଗଠନ କରିଥିଲେ। ଅନ୍ୟପଟେ ଛାତ୍ରୀ ଜଣକ ଅଧ୍ୟାପକ ଅସଦାଚରଣ କରୁଥିବା ନେଇ ଥାନାର ମଧ୍ୟ ଦ୍ୱାରସ୍ଥ ହୋଇଥିଲେ। ପୁଲିସ ଛାତ୍ରୀଙ୍କ ବୟାନ ମଧ୍ୟ ରେକର୍ଡ କରିଥିଲା । ଆଜି କଲେଜ ଅଧ୍ୟକ୍ଷ ପୀଡିତା ଛାତ୍ରୀଙ୍କୁ କଥା ହେବା ପାଇଁ ଡାକିଥିଲେ। ପ୍ରିନ୍ସିପାଲଙ୍କ ପ୍ରକୋଷ୍ଠରୁ ବାହାରିବା ପରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଘଟଣାକୁ ଚାପି ଦେବାକୁ ଉଦ୍ୟମ ହେଉଥିବା ଅନୁଭବ କରିବା ପରେ ପୀଡିତା ଚରମ ପଦକ୍ଷେପ ନେଇଛନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି। 

Fire | Women's

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe