ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ

Advertisment

କୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯାଉ ନଥିବାରୁ ବହୁ ସଂଖ୍ୟକ ଅଦାଲତ ଅବମାନନା ମାମଲା ରୁଜୁ ହେଉଥିବା ପ୍ରସଂଗକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତଦାରଖ ପାଇଁ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ ହୋଇଛି।

fdfhfhth

କଟକ: କୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯାଉ ନଥିବାରୁ ବହୁ ସଂଖ୍ୟକ ଅଦାଲତ ଅବମାନନା ମାମଲା ରୁଜୁ ହେଉଥିବା ପ୍ରସଂଗକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସଂପୃକ୍ତ ସରକାରୀ ଅଧିକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହାଇକୋର୍ଟ ଚେତାବନୀ ଦେଇଥିଲେ। ଏହାପରେ ଅଦାଲତ ଅବମାନନା ମାମଲା ଗୁଡ଼ିକର ତଦାରଖ କରିବା ପାଇଁ  ତଥା ‌କୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ପ୍ରସଂଗ ନିରୀକ୍ଷଣ କରିବାକୁ ସରକାର ଏକ କମିଟି ଗଠନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କମିଟି ଗଠନ ନେଇ ଜାନୁଆରି ୬ରେ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶନାମା ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି।

ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏ ସଂପର୍କିତ ଅଦାଲତ ଅବମାନନା ମାମଲାର ଶୁଣାଣି ସମୟରେ ଜାନୁଆରି ୬ ନିର୍ଦ୍ଦେଶନାମାର କପି ସରକାରଙ୍କ ତରଫରୁ ଉପସ୍ଥାପନ କରାଯାଇଥିଲା। ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ସଦସ୍ୟ ଭାବେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଗୃହ ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ସଚିବ, ଆଇନ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କୁ ରଖାଯାଇଛି ବୋଲି ସରକାରଙ୍କ ତରଫରୁ ଦର୍ଶାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପାଳନ ପ୍ରସଂଗ ସୁନିଶ୍ଚିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ପୂର୍ବରୁ ନିର୍ଦ୍ଧାରିତ ସମୟସୀମା ଭିତରେ କୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ଓ ଏ ସଂପର୍କିତ ଅଗ୍ରଗତି ରିପୋର୍ଟ ପ୍ରତି ସୋମବାର ଦାଖଲ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ତରଫରୁ ସବୁ ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ, କମିସନର ତଥା ସଚିବ, ନିର୍ଦ୍ଦେଶକ ଓ ଜିଲ୍ଲାପାଳଙ୍କୁ ଆଦେଶ ଦିଆଯାଇଥିଲା। ମୁଖ୍ୟ ସଚିବଙ୍କ ତରଫରୁ ଜାରି ୨୦୨୪, ନଭେମ୍ବର ୨୨ର ଆଦେଶନାମାର କପି ସରକାରଙ୍କ ତରଫରୁ ହାଇକୋର୍ଟରେ ଉପସ୍ଥାପନ କରାଯାଇଥିଲା। ମୁଖ୍ୟ ସଚିବଙ୍କ ତରଫରୁ ଗ୍ରହଣ କରାଯାଇଥିବା ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି। କୋର୍ଟରେ ଅଯଥା ଅଦାଲତ ଅବମାନନା ମାମଲା ଦାୟର ପ୍ରସଂଗ ଏଡ଼ାଇବା ପାଇଁ ସଂପୃକ୍ତ ଅଧିକାରୀମାନେ କାର୍ଯ୍ୟ କରିବେ ବୋଲି ହାଇକୋର୍ଟ ଆଶା ପ୍ରକାଶ କରିଛନ୍ତି। 

ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୩, ଅକ୍ଟୋବର ୧୧ରେ ଏକ ଓଏଲଆର ମାମଲାର ଫଏସଲା ନିର୍ଦ୍ଦିଷ୍ଟ ସମୟସୀମା ଭିତରେ କରିବା ପାଇଁ  ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେବାରୁ ଆବେଦନକାରୀ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ମାମଲାର ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା ଯେ ଅନେକ କ୍ଷେତ୍ରରେ କୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯାଉ ନଥିବାରୁ ଅଦାଲତ ଅବମାନନା ମାମଲା ରୁଜୁ ହେଉଛି। ହାଇକୋର୍ଟ ଏ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଜାନୁଆରି ୩ରେ ରାଜସ୍ବ ସଚିବ ହାଜର ହୋଇ ଦର୍ଶାଇଥିଲେ ଯେ କୋର୍ଟଙ୍କ ନିର୍ଦ୍ଦେଶ ତୁରନ୍ତ କାର୍ଯ୍ୟକାରୀ ପ୍ରସଂଗକୁ ନେଇ ମୁଖ୍ୟ ସଚିବ ଆଦେଶନାମା ଜାରି କରିଛନ୍ତି। ମୁଖ୍ୟ ସଚିବଙ୍କ ଆଦେଶନାମା ରେକର୍ଡଭୁକ୍ତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ମୁଖ୍ୟ ସଚିବଙ୍କ ଆଦେଶନାମା ସହିତ କମିଟି ଗଠନ ସଂପର୍କିତ ନିର୍ଦ୍ଦେଶନାମାର କପି ସରକାରଙ୍କ ତରଫରୁ ଆଜି ଦାଖଲ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe