congress nomination Photograph: (Sambad.in)
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି। ସେ ଦୁଇଟି ସେଟ୍ ଦାଖଲ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ମାଝୀ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି।
ଆହୁରି ପଢ଼ନ୍ତୁ:ବିରାଟ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏହାକୁ ନେଇ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଯାଇଛି। ପ୍ରଥମ ଦଳ ଭାବେ କଂଗ୍ରେସ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା। ଘାସିରାମ ମାଝୀଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିଲା।
ଗତଥର ସ୍ବାଧୀନ ପ୍ରାର୍ଥୀ ଥିଲେ ଘାସିରାମ
ସୂଚନାଯୋଗ୍ୟ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସ ଟିକେଟ୍ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ। ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ। କଂଗ୍ରେସ ପ୍ରାର୍ଥୀ ତଥା ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ମାତ୍ର ୧୫ହଜାର ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଥିଲେ।
ଆହୁରି ପଢ଼ନ୍ତୁ:ପୁଣି ଚର୍ଚ୍ଚାରେ ସେନସର୍ ବୋର୍ଡ, କାହିଁକି ଯଥେଷ୍ଟ ସମୟ ପୂର୍ବରୁ ସେନସର୍ କାମ ସାରୁନାହାନ୍ତି ନିର୍ମାତା!
ଆଦିବାସୀ ସମାଜ ବିରୋଧୀ କାର୍ଯ୍ୟ ଲାଗି ଘାସିରାମ ବହିଷ୍କୃତ
ଗତ ନିର୍ବାଚନ ସମୟରେ ଘାସିରାମ ୫୧ ହଜାର ଭୋଟ୍ ପାଇଥିଲେ, ତାହା କେବଳ ଆଦିବାସୀ ସଂଘ ଯୋଗୁ ମିଳିଥିଲା। ସେ ଗତ ନିର୍ବାଚନ ସମୟରେ କହିଥିଲେ ଯେ ଏହା ତାଙ୍କର ଶେଷ ନିର୍ବାଚନ। ହାରିଲେ ବି ସଂଘ ସହ ରହିବେ। କିନ୍ତୁ ହାରିବା ପରେ ସେ ପୁଣି କଂଗ୍ରେସମୁହାଁ ହୋଇଥିଲେ, ଯାହାକୁ ଆଦିବାସୀ କଲ୍ୟାଣ ସଂଘ ପସନ୍ଦ କରୁନାହିଁ। ଏପରିକି ତାଙ୍କୁ ସଂଘ ଆଦିବାସୀ ସମାଜ ବିରୋଧୀ କାର୍ଯ୍ୟ ଲାଗି ଏକ ବର୍ଷ ଲାଗି ବହିଷ୍କାର କରିଥିବା ଜଣାଯାଇଛି।
by-election | congress
Follow Us