ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

Advertisment

ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ରାଜ୍ୟ ପୁଲିସ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିବ।

ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ରାଜ୍ୟ ପୁଲିସ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିବ।

crime branch

ଭୁବନେଶ୍ବର: ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ରାଜ୍ୟ ପୁଲିସ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଆଇଜି ଏସ. ସାଇନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଡ଼ିଏସପି ଇମାନ କଲ୍ୟାଣ ନାୟକଙ୍କ ସମେତ ଏକ ସ୍ୱତନ୍ତ୍ର ଟିମ ଏହି ମାମଲାର ତଦନ୍ତ କରିବେ ବୋଲି ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।

ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଆଇଜି ଏସ. ସାଇନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ।

ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

Balasore | Police | Odisha police

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe