ବଳଙ୍ଗାର ନାବାଳିକାର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି: ଏମ୍‌ସ ଭୁବନେଶ୍ବର

ଗୁରୁତର ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଅଛି। ତାଙ୍କର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି। ଝିଅର ମାନସିକ ଅବସ୍ଥା ଭଲ ନାହିଁ।

New Project (23)

ଭୁବନେଶ୍ବର: ଗୁରୁତର ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଅଛି। ତାଙ୍କର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି। ଝିଅର ମାନସିକ ଅବସ୍ଥା ଭଲ ନାହିଁ। ତେଣୁ ତାଙ୍କରଗୁରୁତ୍ବପୂର୍ଣ୍ଣ ଚିକିତ୍ସା ଦରକାର ଅଛି। ନାବାଳିକାର ଭଲ ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରର ମେଡିକାଲ ଟିମ୍‌ ଉଦ୍ୟମ କରୁଛନ୍ତି। ଅଗାମୀ ୪୮ରୁ ୭୨ଘଣ୍ଟା ଗୁରୁତ୍ବପୂର୍ଣ୍ଣ। ଏମ୍‌ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଏମ୍‌ସ ଭୁବନେଶ୍ବର ନିର୍ଦ୍ଦେଶକ ଶ୍ରୀ ବିଶ୍ବାସ କହିଛନ୍ତି, ନାବାଳିକା ଜଣକ ଆଗାମୀ ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ। ସେ ଏବେ ଭେଣ୍ଟିଲେଟରରେ ନାହାନ୍ତି। ଆଇସିୟୁରେ ଅକ୍ସିଜେନ୍‌ ସପୋର୍ଟରେ ଅଛନ୍ତି। ୨୦ରୁ୨୫ ପ୍ରତିଶତ ବ୍ୟତୀତ ଶରୀର ଅନ୍ୟ ସ୍ଥାନ ପୋଡ଼ିଛି। ଏହା ହେଉଛି ସେକେଣ୍ଡ ଓ ଥାର୍ଡ ଡିଗ୍ରୀ ବର୍ଣ୍ଣ। କିନ୍ତୁ ପୀଡ଼ିତା ଏବେ କଥାବାର୍ତ୍ତା କରୁଛନ୍ତି। 

ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି। ବିଶେଷଜ୍ଞ ଡାକ୍ତର ସଂଜୟ ଗିରିଙ୍କ ନେତୃତ୍ବରେ ନାବାଳିକାଙ୍କ ଚିକିତ୍ସା ଜାରି ରହିଛି। ଏହି ଟମ୍‌ରେ ପ୍ରଫେସର ଅନୁପମ ଦେ, ପ୍ରଫେସର ମନୋଜ ପାଣିଗ୍ରାହୀ, ଡ. ଦେବାଶିଷ ଆଚାର୍ଯ୍ୟ, ଡ. ଆଲୋକ ସାହୁ, ଡ. ରିତେଶ ପଣ୍ଡା, ଡ. ସିନ୍ଧୁ ସୁଧା ସାହୁ, ଡ. ସୁବର୍ଣ୍ଣ ମିତ୍ର, ଡ. ପ୍ରୀତି ମୀନା, ଡ. ତରୁଣ କୁମାର ପାତ୍ର, ଡ. ଶ୍ୟାମସୁନ୍ଦର ବେହେରା, ଡ. ଦେବଶ୍ରୀ ଦାସ, ଡ. ମହାଲିଙ୍ଗମ୍ ଓ ପ୍ରିୟଦର୍ଶିନୀ ସାହୁ ଅଛନ୍ତି। 

ହସ୍‌ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ ବାଧା ସୃଷ୍ଟି କରିବ ଏବଂ ସଂକ୍ରମଣ ହାର ବୃଦ୍ଧି କରିବ। ତେଣୁ, ହସ୍ପିଟାଲ ପ୍ରବେଶ ସ୍ଥାନରୁ ଦୂରରେ ରହିବାକୁ ଏବଂ ହସ୍ପିଟାଲ ଲବି ଭିତରେ ଏକାଠି ନ ହେବାକୁ ଅନୁରୋଧ କରାଯାଉଛି। ଏଥି ସହିତ ଏମ୍ସ ତରଫରୁ ବର୍ଣ୍ଣ ୱାର୍ଡ  ବାହାରେ ଏହି ନୋଟିସ୍ ଲଗାଯାଇଛି। 

ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଆଜି ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି। 

Bhubaneswar | puri 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe