ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୨୩ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣିଂ ଜାରି କରିଛି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
/sambad/media/media_files/a1fd89fd-1472-422b-bc75-fe9bda0fb5ed.jpeg)
ବିଶେଷ କରି ଦକ୍ଷିଣ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା।
/sambad/media/media_files/b022de9f-d3d6-4c04-bc69-4901b5f90eae.jpeg)
ସେହିପରି ୨୨ ତାରିଖରେ ୧୭ ଜିଲ୍ଲାକୁ ପଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବିଜୁଳି ଘଡଘଡି ସହ ବର୍ଷା ହେବ। ଜିଲ୍ଲା ଗୁଡ଼ିକ ମଧ୍ୟରେ ବଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି , କୋରାପୁଟ, ମାଲକାନଗିରି, ରାୟଗଡା, ମୟୂରଭଞ୍ଜ, ଢେଙ୍କାନାଳ ଓ କେଉଁଝର ରହିଛି। ଏଭଳି ସ୍ଥିତି ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ। ଆସନ୍ତା ୨୩ରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବା ନେଇ ପାଣିପାଗ ବୈଜ୍ଞାନିକ ସଞ୍ଜିବ ଦିବେଦୀ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/9A0epU5ud8vY3jC293N3.jpeg)
