ଭୁବନେଶ୍ବର: ୨୪ ଘଣ୍ଟାରେ ବାତ୍ୟା। ସୃଷ୍ଟି ହେଲା ଗଭୀର ଅବପାତ। ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା ଅବପାତ। ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୦କିମି ବେଗରେ ଗତିକରିବା ସହ ବର୍ତ୍ତମାନ ଗୋପାଳପୁର ଠାରୁ ୯୫୦କିମି ଏବଂ କାକିନାଡ଼ା ଠାରୁ ୮୪୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି।
କାଲିଠାରୁ ପ୍ରବଳ ବର୍ଷା
ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅକ୍ଟୋବର ୨୭ରୁ ବର୍ଷା ଆରମ୍ଭ ହେବ। ଏହା ଅକ୍ଟୋବର ୩୦ ଯାଏଁ ଜାରି ରହିବ। ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ ରହିବ। ଏଥି ସହିତ ଝଟକା ପବନର ବେଗ ଘଣ୍ଟା ପିଛା ୮୦ ପର୍ଯ୍ୟନ୍ତ ହୋଇପାରେ। ରାଜ୍ୟରେ ଥିବା ବନ୍ଦରଗୁଡ଼ିକୁ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।
ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ ସୂଚନା ଦେଇଛନ୍ତି।
ଆହୁରି ପଢ଼ନ୍ତୁ:Cyclone Montha: ସ୍ଥଳଭାଗ ଆଡ଼କୁ ଅଗ୍ରସର; ଆନ୍ଧ୍ର ଛୁଇଁବା ଆଶଙ୍କା, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ରାଜ୍ୟ ସରକାର ପ୍ରସ୍ତୁତ
ରାଜ୍ୟ ସରକାର ବିଭିନ୍ନ ବିଭାଗକୁ ନେଇ ସତର୍କ କରାଇଛନ୍ତି। ସ୍ବତନ୍ତ୍ର ରିଲିଫ କମିସନର ପକ୍ଷରୁ ନେଇ ପ୍ରସ୍ତୁତି ଜାରି ରହିଛି। ସେହିପରି ଜଳ ସମ୍ପଦ ବିଭାଗ ମଧ୍ୟ ନିଜର ଅଧିକାରୀମାନଙ୍କୁ ସତର୍କ ଓ ପ୍ରସ୍ତୁତ ରହିବାକୁ କହିଛି। ସମ୍ଭାବ୍ୟ ବାତ୍ୟା ପାଇଁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା କରିଛନ୍ତି। ସେ କହିଛନ୍ତି, ବାତ୍ୟା ପାଇଁ ସ୍କୁଲ ଛୁଟି ନେଇ ଆଜି ନିଷ୍ପତ୍ତିି ନିଆଯିବ। ଆଜି ସମସ୍ତ ସରକାରୀ କର୍ମଚାରୀ ଅଫିସରେ ରହିବେ। ଅଧିକାରୀଙ୍କ ଛୁଟି ବାତିଲ ନେଇ କାଲି ନିଷ୍ପତ୍ତି ହେବ। ଛୁଟି ହେବ କି ନାହିଁ ଆଜି ନିଷ୍ପତ୍ତି ନିଆଯିବ।
Cyclone
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/10/26/cyclone-update-2025-10-26-10-06-05.png)