ଭୁବନେଶ୍ବର: ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା। ଏହା ଏବେ ବିଶାଖାପାଟନମ୍ ଠାରୁ ୯୯୦ ଏବଂ ଗୋପାଳପୁର ଠାରୁ ୧୦୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ। ଓଡ଼ିଶାରେ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ୨୭ ତାରିଖରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହେଲା ଅବପାତ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତର ରୂପ ନେଇଛି। ଆଜି ସକାଳ ସାଢ଼େ ୫ଟା ସମୟରେ ସୃଷ୍ଟି ହୋଇଛି ଅବପାତ। ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଆଇଏମ୍ଡିର ସ୍ବତନ୍ତ୍ର ବୁଲେଟିନ୍ ଅନୁଯାୟୀ, ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଶନିବାର ସୁଦ୍ଧା ଅବପାତର ରୂପ ନେବ।
ଆହୁରି ପଢ଼ନ୍ତୁ: Murder Shop owner ପାନଦୋକାନୀଙ୍କୁ ବୀଭତ୍ସ ହତ୍ୟା: ଘଟଣାସ୍ଥଳରୁ ଦକ୍ଷିଣୀ କଟୁରି ଜବତ, ପୂର୍ବ ଶତ୍ରୁତା ସନ୍ଦେହ
୨୬ ତାରିଖ ଆଡ଼କୁ ଏହା ଆହୁରି ଶକ୍ତି ଗୋଟାଇବ ଏବଂ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ସୋମବାର (୨୭ ତାରିଖ) ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇସାରିଥିବ ଏବଂ ଦକ୍ଷିଣ-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ତେବେ ଏହା କେତେ ଭୟଙ୍କର ହେବ, ଗତିପଥ କେଉଁଆଡ଼େ ରହିବ ଓ କେଉଁଠାରେ ଏହା ସ୍ଥଳଭାଗକୁ ଛୁଇଁବ, ସେ ସଂକ୍ରାନ୍ତରେ ଏବେ କୌଣସି ସ୍ପଷ୍ଟ ସୂଚନା ନାହିଁ। ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି।
ଆହୁରି ପଢ଼ନ୍ତୁ:Elephant Kills Young Man: ଘରୁ ଟାଣି କଚାଡ଼ି ମାରିଲା ହାତୀ, କ୍ଷତିପୂରଣ ଦାବି
Cyclone Montha
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/10/25/new-project-16-2025-10-25-10-53-20.jpg)