ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି ।
ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର
୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା । ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ । ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୨୮ ତାରିଖ ସନ୍ଧ୍ୟା କିମ୍ବା ରାତିରେ କାକିନଡ଼ା ପାଖାପାଖି ମଚ୍ଛିଲିପଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୯୦ରୁ ୧୦୦ କିମି ମଧ୍ୟରେ ରହିବ। ଝଟକା ପବନର ବେଗ ଘଣ୍ଟା ପ୍ରତି ୧୧୦ କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଆହୁରି ପଢ଼ନ୍ତୁ: Montha' is gathering strength: ବଳ ଗୋଟାଉଛି ‘ମୋନ୍ଥା’: ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ
ସମ୍ଭାବ୍ୟ ବାତ୍ୟା ପ୍ରଭାବରେସୋମବାରଠାରୁଓଡ଼ିଶାର ପାଗରେ ପରିବର୍ତ୍ତନ ଆସିବ। ୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହୋଇପାରେ। ଏଥିସହ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ (ଲାଲ୍ ଚେତାବନୀ) ଦିଆଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୭୦ କିମି ବେଗରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୭୦ କିମି ବେଗରେ ପବନ ହୋଇପାରେ।
Cyclone Montha
ଆହୁରି ପଢ଼ନ୍ତୁ:Rain In Odisha: ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ନେଇ ଏସ୍ଆରସିଙ୍କ ପରାମର୍ଶ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/10/26/cyclone5-update-2025-10-26-13-48-26.jpg)